Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୨-୬-୨୦୨୦ ମଙ୍ଗଳବାର

ଆଜି ଦିନର ମହତ୍ତ୍ୱ

ଆଜି ୨୦୨୦ ମସିହା ଜୁନ ତା ୨ ରିଖ ମଙ୍ଗଳବାର ବୃଷ ୨୦ ଦିନ ଜ୍ଯେଷ୍ଠ  ମାସ  ଶୁକ୍ଳ ପକ୍ଷ ଏକାଦଶୀ  ତିଥି ଚିତ୍ରା  ନକ୍ଷତ୍ର କନ୍ୟା  ଚନ୍ଦ୍ର 
ଘାତ ବାର: ମକର  ରାଶିର
ଘାତ ଚନ୍ଦ୍ର: ବୃଷ  ରାଶି ପୁରୁଷ ଧନୁ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ : ଶିମ୍ବ
ଆଜି ନିର୍ଜଳା ଏକାଦଶୀ,ଋକ୍ମିଣୀ ବିବାହ
ମେଷ:
ଆଜି ଦେବଦର୍ଶନ ର ସୁଯୋଗମିଳିବ । ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଅଧିକ ଭଲ ହେବ । ଯେଉଁକାମ କରିବେ ସେଥିରେ ସଫଳତା ମିଳିବ ।   ମହିଳାମାନେ ସୌଭାଗ୍ଯ  ବତୀ ହେବେ ।
ବୃଷ:
ଦେବୀଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ। ଧାର୍ମିକ ଆୟୋଜନରେ ଆପଣଙ୍କୁ ସେବା କରିବାର ଅବସର ମିଳିବ। ବ୍ୟବସାୟ ଲାଗି ଦିନଟି ଭଲ ରହିବ। ଅଫିସରେ କିଛି ଏଭଳି କାମ ହେବ ଯାହା ଦ୍ବାରା ଆପଣଙ୍କର ପ୍ରଶ˚ସା ହେବ।

ମିଥୁନ:
 ଅଚାନକ କୌଣସି କଥାକୁ ନେଇ ମନୋଭାବ ଖରାପ ହୋଇପାରେ। ମାତାପିତାଙ୍କ ସେବା କରନ୍ତୁ, କାର୍ଯ୍ୟକ୍ଷେତ୍ରରେ ଉନ୍ନତି ଦେଖିବାକୁ ମିଳିବ। ମିତ୍ରଙ୍କ ଠାରୁ ଭଲ ଖବର ପାଇବେ। ବଡ଼ ବ୍ୟବସାୟର ସଉଦା ହାତରେ ଲାଗିପାରେ।

 
କର୍କଟ:
ଭାଗ୍ୟ ବଦଳାଇବା ପାଇଁ ଶୁଭ ସମୟ। ଆପଣଙ୍କ ପ୍ରତିଦ୍ବନ୍ଦ୍ବୀ ଶାନ୍ତ ରହିବେ। ଚାକିରି ତଲାସରେ ଥିବା ବ୍ୟକ୍ତିଙ୍କୁ ଭଲ ଖବର ମିଳିବ। ଯୌଥ ବ୍ୟବସାୟରୁ ଭଲ ଲାଭ ହେବ। ପ୍ରେମରେ ସଫଳତା ମିଳିବ।
ସି˚ହ:
 ମନରେ ଦ୍ବନ୍ଦ୍ବ ରହିବ କିନ୍ତୁ ବ୍ୟବହାର ମଧୁର ରହିବ।  କୌଣସି ସମସ୍ୟାର ସମାଧାନ ଲାଗି ଦିନଟି ଭଲ। ଲୋକେ ସାହାଯ୍ୟ ସହଯୋଗର ହାତ ବଢ଼ାଇଦେବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତରହିବେ।
କନ୍ୟା:
 ଆଜି ଆପଣଙ୍କ ମନ ଅଶାନ୍ତି ରହିବା ସହ ଭାବନା ରଚନାତ୍ମକ ରହିବ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ଆହୁରି ମଧୁର ହେବ। କୌଣସି କ˚ପାନିରେ ଚାକିରିର ସୁଯୋଗ ମିଳିପାରେ। ଛାତ୍ରଛାତ୍ରୀଙ୍କ ଲାଗି ଦିନଟି ଅନୁକୂଳ।
ତୁଳା:
 ନୂଆ ଆହ୍ବାନର ସାମନା କରିବେ। କୌଣସି କାମ ତରବରିଆ ଭାବେ କରନ୍ତୁ ନାହିଁ; ଅସୁବିଧାର ସମ୍ମୁଖୀନ ହେବେ। ବ୍ୟବସାୟୀମାନେ ବଡ଼ ଡିଲ୍‌ କରିପାରନ୍ତି। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ। ଘରକୁ ଅତିଥି ଆସିବେ।
ବିଛା:
ଦିନଟି ଆପଣଙ୍କ ଲାଗି ଅନୁକୂଳ ରହିବ। ଘର ଓ ଦୋକାନରେ ଲାଗିରହିଥିବା ସମସ୍ୟାର ସମାଧାନ ହେବ। ଅଫିସରେ ବାତାବରଣ ଅନୁକୂଳ ରହିବ। ମହତ୍ତ୍ବପୂର୍ଣ୍ଣ ଲୋକଙ୍କ ସହିତ ଯୋଗାଯୋଗ ହୋଇପାରେ।
ଧନୁ:
ସାବଧାନର ସହ କାମ କରନ୍ତୁ, ଲାଭ ପାଇବେ। ବ୍ୟସ୍ତତାରେ ରହିବା ସତ୍ତ୍ବେ ଅୟସ ପାଇଁ ସମୟ ବାହାର କରିନେବେ। କୌଣସି ନୂଆ ଲୋକଙ୍କ ସହିତ ବନ୍ଧୁତା କରିବେ। ପରିବାର ସମ୍ବନ୍ଧୀୟ କୌଣସି କାମ ପୂରା ହୋଇପାରେ।

 
ମକର:
ପୂରାଦିନ ଆପଣଙ୍କ ମନ ପ୍ରସନ୍ନ ରହିବ। ପରିବାରଜନଙ୍କ ସହଯୋଗ ମିଳିବ। କାମକୁ ପୂରା କରିବା ଲାଗି ନୂଆ ଯୋଜନା କରିବେ ଏବ˚ ତହିଁରୁ ଲାଭ ପାଇବେ। ପ୍ରେମପ୍ରସଙ୍ଗ ଓ ବ୍ୟବସାୟରେ ରେ ସଫଳତା ମିଳିବ।
କୁମ୍ଭ:
ଦିନଟି ଆପଣଙ୍କ ଲାଗି ଖଟାମିଠା ରହିବ। ବ୍ୟବସାୟରେ ପୂରା ହେବାକୁ ଯାଉଥିବା କାମରେ ବାଧା ଉତ୍ପନ୍ନ ହେବ। ଆର୍ଥିକ ସ୍ଥିତି ଚିନ୍ତାଜନକ ହୋଇପାରେ। ପରିବାରର ସ୍ନେହ ଓ ଜୀବନସାଥୀଙ୍କ ଠାରୁ ଖୁସି ପାଇବେ।
ମୀନ:
 ଆପଣଙ୍କ ନିଷ୍ପତ୍ତିରେ ଆପଣଙ୍କୁ ଯଥେଷ୍ଟ ଲାଭ ମିଳିବ। ଅଫିସରେ ଲାଗି ରହିଥିବା ବିଶୃଙ୍ଖଳାର ସମାଧାନ ହୋଇଯିବ। ବ୍ୟବସାୟରୁ ଆଶାଠୁଁ ଅଧିକ ଲାଭ ହେବ। ପ୍ରେମ ସମ୍ପର୍କରେ ମଧୂରତା ସହ ସିକୃତି ମିଳିପାରେ।

 

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର  ( ମୋବାଇଲ: 9437225434 )
Leave A Reply

Your email address will not be published.