Latest Odisha News

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୦୪-୧୧-୨୦୧୯ ସୋମବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ମୋବାଇଲ: 9437225434

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୧୯ ମସିହା ନଭେମ୍ବର ମାସ ତା୦୪ ରିଖ ସୋମବାର ତୁଳା ୧୮ ଦିନ କାର୍ତ୍ତିକ ମାସ ଶୁକ୍ଳ ପକ୍ଷ ଅଷ୍ଟମୀ ତିଥି ଶ୍ରବଣା ନକ୍ଷତ୍ର ମକର ଚନ୍ଦ୍ର
ଘାତ ବାର-: ମିଥୁନ ରାଶିର
ଘାତ ଚନ୍ଦ୍ର-: ସିଂହ ରାଶି ପୁରୁଷଙ୍କର
ଆଜି: ନଡିଆ ଖାଇବା ନିଷେଧ

ମେଷ : ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ ।ବନ୍ଧୁ ଦର୍ଶନର ସୁଯୋଗ ଅଛି ।ପୂର୍ବରୁ ଲାଗିଥିବା ମାଲିମକଦମାର ନ୍ଯାୟ ଆପଣଙ୍କ ସପକ୍ଷରେ ମିଳିବ ।ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ ।

ବୃଷ : କର୍ମକ୍ଷେତ୍ରରେ ବାଧାବିଘ୍ନ ଦୂରେଇ ଯିବ । ଉଚ୍ଚ କର୍ମକର୍ତ୍ତା ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ ।ବିଭିନ୍ନ ଦିଗରୁ ଅର୍ଥ ପାଇବେ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆଯ୍ତ ବୃଦ୍ଧି ଘଟିବ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ ସଫଳତା ପାଇବେ ।

ମିଥୁନ : ଯଗି ରଖି ଚଳନ୍ତୁ ଶାରୀରିକ ଓ ମାନସିକ ପୀଡା ଅନୁଭବ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଦେଖା ଦେବ।ମହିଳାମାନେ ନିଜ ପରିବାରରେ ଅପମାନିତ ଓ ସମାଲୋଚିତ ହେବେ । ପାରିବାରିକ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେବ ।

କର୍କଟ : ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ ।ରାଜନୀତିଜ୍ଞମାନେ ସମାଲୋଚିତ ହୋଇପାରନ୍ତି ।କର୍ମ କ୍ଷେତ୍ରରେ ନାନାପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।

ସିଂହ : ପ୍ରତେକଟି କାର୍ଯ୍ୟରେ ସିଦ୍ଧି ଲାଭ କରିବେ ।ଦେହ ମନ ସୁସ୍ଥ ରହିବ ।ଗୁପ୍ତ ଶତୃମାନେ ପରାଜିତ ହେବେ ।ସ୍ଵାଦିଷ୍ଟ ଭୋଜନ ମିଳିବ । କର୍ମ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ଯାଦା ବୃଦ୍ଧି ପାଇବ ।

କନ୍ୟା : ପାରିବାରିକ ସମସ୍ଯା ସମାଧାନ ହୋଇଯିବ ।ପିଲାମାନଙ୍କ ଉନ୍ନତିରେ ଖୁସି ହେବେ ।ପଦୋନ୍ନତି ସହିତ ସ୍ଥାନାନ୍ତର ହୋଇପାରନ୍ତି ।ମହିଳାମାନେ ଗୃହ କାର୍ଯ୍ୟରେ ପ୍ରଶଂସନୀୟା ହେବେ । ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।

ତୁଳା : ପାରିବାରିକ ଓ ଆର୍ଥିକ ଦୃଷ୍ଟିରୁ ଆଜି ଆପଣଙ୍କୁ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ । ସାହିତ୍ୟ କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ଦେବ ଦର୍ଶନର ସୁଯୋଗ ରହିଛି ।

ବିଛା : ପରିବାରରେ ମନୋମାଳିନ ଦେଖା ଦେଇପାରେ । ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ଦେଖା ଦେଇପାରେ।ଘରେ ବାହାରେ ସବୁଠାରେ ଅପମାନିତ ସମାଲୋଚିତ ହୋଇପାରନ୍ତି ।ଆଶା କରୁଥିବା ଦିଗରୁ ବିଫଳତା ଆଉ ହତାଶ ହେବେ ।

ଧନୁ : ଅଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । କୌଣସି ମହିଳା କିମ୍ବା ସ୍ତ୍ରୀ ଙ୍କ ପେରଣାରୁ ଉପକୃତ ହେବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ।ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ ।ସ୍ଵାଦିଷ୍ଟ ଭୋଜନ ମିଳିବ ।

ମକର : ପୂର୍ବର ଅଶାନ୍ତି ଦୂରେଇ ଯିବ । ଗୃହକୁ କୌଣସି ଆବଶ୍ୟକୀୟ ଉପକରଣ କ୍ରୟ କରିପାରନ୍ତି । ଅଚାନକ ଧନ ଲାଭରଯୋଗ ରହିଛି ।କାର୍ଯ୍ୟ କ୍ଷେତ୍ରରେ ନୂତନ ନିଯୁକ୍ତି କିମ୍ବା ପଦୋନ୍ନତିର ଯୋଗ ରହିଛି । ଛାତ୍ରଛାତ୍ରୀମାନେ ବିଦ୍ଯାରେ ସଫଳତା ପାଇବେ ।

କୁମ୍ଭ : ଆଜି ଆପଣଙ୍କୁ ସଫଳତା ମିଳିବ ।ଘରୋଇ ସମସ୍ଯା ଦୂରେଇ ଯିବ । କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ ସଫଳତା ପାଇବେ ।ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ । ସୁସ୍ବାଦୁ ଭୋଜନ ମିଳିବ ।

ମୀନ : ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ଦେଖା ଦେଇପାରେ ।ଆୟ ଅପେକ୍ଷା ବ୍ଯୟ ଅଧିକ ହେବ । ଗୁପ୍ତ ଶତୃମାନେ ସକ୍ରୀୟ ହୋଇ ଉଠିବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇ ବିଶାଦ ଗ୍ରସ୍ତ ହେବେ । ଦୂର ଯାତ୍ରା କରନ୍ତୁ ନାହିଁ ଦୁର୍ଘଟଣା ଦେଖା ଦେଇପାରେ ।

Comments are closed.