Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା୮-୮-୨୦୨୦ ଶନିବାର

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୮ ରିଖ ଶନିବାର କର୍କଟ ୨୪ ଦିନ ଭାଦ୍ରବ ମାସ କୃଷ୍ଣ ପକ୍ଷ ପଞ୍ଚମୀ ତିଥି ଉତ୍ତର ଭାଦ୍ର ନକ୍ଷତ୍ର ନକ୍ଷତ୍ର ମୀନ ଚନ୍ଦ୍ର

ଘାତ ବାର-: ବୃଷ ସିଂହ ଓ କନ୍ୟା ରାଶିର
ଘାତ ଚନ୍ଦ୍ର:- ଧନୁ ରାଶି ପୁରୁଷ ଓ ତୁଳା ମହିଳାଙ୍କର
ଆଜି:ବେଲ ଖାଇବା ନିଷେଧ

ମେଷ :

ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ । ବନ୍ଧୁ ଦର୍ଶନର ସୁଯୋଗ ଅଛି । ପୂର୍ବରୁ ଲାଗିଥିବା ମାଲିମକଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ ।

ବୃଷ :

କର୍ମକ୍ଷେତ୍ରରେ ବାଧାବିଘ୍ନ ଦୂରେଇ ଯିବ । ଉଚ୍ଚ କର୍ମକର୍ତ୍ତା ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବିଭିନ୍ନ ଦିଗରୁ ଅର୍ଥ ପାଇବେ । ବ୍ୟବସାୟରେ ପୂର୍ବ ଅପେକ୍ଷା ଆୟ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ପାଇବେ।

ମିଥୁନ :
ଜଗି ରଖି ଚଳନ୍ତୁ ଶାରୀରିକ ଓ ମାନସିକ ପୀଡା ଅନୁଭବ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଦେଖା ଦେବ।ମହିଳାମାନେ ନିଜ ପରିବାରରେ ଅପମାନିତ ଓ ସମାଲୋଚିତ ହେବେ । ପାରିବାରିକ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେବ ।

କର୍କଟ :
ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ । ରାଜନୀତିଜ୍ଞମାନେ ସମାଲୋଚିତ ହୋଇପାରନ୍ତି । କର୍ମ କ୍ଷେତ୍ରରେ ନାନାପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବେ । ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ ନାହିଁ ।

ସିଂହ:
ପ୍ରତେକଟି କାର୍ଯ୍ୟରେ ସିଦ୍ଧି ଲାଭ କରିବେ । ଦେହ ମନ ସୁସ୍ଥ ରହିବ । ଗୁପ୍ତ ଶତ୍ରୁମାନେ ପରାଜିତ ହେବେ । ସ୍ଵାଦିଷ୍ଟ ଭୋଜନ ମିଳିବ । କର୍ମ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ ।

କନ୍ୟା :
ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ପିଲାମାନଙ୍କ ଉନ୍ନତିରେ ଖୁସି ହେବେ । ପଦୋନ୍ନତି ସହିତ ସ୍ଥାନାନ୍ତର ହୋଇପାରନ୍ତି । ମହିଳାମାନେ ଗୃହ କାର୍ଯ୍ୟରେ ପ୍ରଶଂସନୀୟା ହେବେ । ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।

ତୁଳା :
ପାରିବାରିକ ଓ ଆର୍ଥିକ ଦୃଷ୍ଟିରୁ ଆଜି ଆପଣଙ୍କୁ ସଫଳତା ମିଳିବ । ଶତ୍ରୁମାନେ ପରାଜିତ ହେବେ । ସାହିତ୍ୟ କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଦେବ ଦର୍ଶନର ସୁଯୋଗ ରହିଛି ।

ବିଛା :
ପରିବାରରେ ମନୋମାଳିନ ଦେଖା ଦେଇପାରେ । ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ଦେଖା ଦେଇପାରେ। ଘରେ ବାହାରେ ସବୁଠାରେ ଅପମାନିତ ସମାଲୋଚିତ ହୋଇପାରନ୍ତି । ଆଶା କରୁଥିବା ଦିଗରୁ ବିଫଳତା ଆଉ ହତାଶ ହେବେ ।

ଧନୁ:
ଅଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । କୌଣସି ମହିଳା କିମ୍ବା ସ୍ତ୍ରୀଙ୍କ ପେରଣାରୁ ଉପକୃତ ହେବେ । ବିଦ୍ଯାର୍ଥୀ ମାନେ ବିଦ୍ୟାରେ ସଫଳତା ପାଇବେ । ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ । ସ୍ଵାଦିଷ୍ଟ ଭୋଜନ ମିଳିବ ।

ମକର :
ପୂର୍ବର ଅଶାନ୍ତି ଦୂରେଇ ଯିବ । ଗୃହକୁ କୌଣସି ଆବଶ୍ୟକୀୟ ଉପକରଣ କ୍ରୟ କରିପାରନ୍ତି । ଅଚାନକ ଧନ ଲାଭର ଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ ନୂତନ ନିଯୁକ୍ତି କିମ୍ବା ପଦୋନ୍ନତିର ଯୋଗ ରହିଛି । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ପାଇବେ ।

କୁମ୍ଭ:
ଆଜି ଆପଣଙ୍କୁ ସଫଳତା ମିଳିବ । ଘରୋଇ ସମସ୍ୟା ଦୂରେଇ ଯିବ । କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ପାଇବେ । ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ । ସୁସ୍ୱାଦୁ ଭୋଜନ ମିଳିବ ।

ମୀନ :
ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ଦେଖା ଦେଇପାରେ । ଆୟ ଅପେକ୍ଷା ବ୍ଯୟ ଅଧିକ ହେବ । ଗୁପ୍ତ ଶତ୍ରୁମାନେ ସକ୍ରିୟ ହୋଇ ଉଠିବେ । ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇ ବିଶାଦ ଗ୍ରସ୍ତ ହେବେ । ଦୂର ଯାତ୍ରା କରନ୍ତୁ ନାହିଁ ଦୁର୍ଘଟଣା ଦେଖା ଦେଇପାରେ ।

ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର  ( ମୋବାଇଲ: 9437225434 )

Leave A Reply

Your email address will not be published.