Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୧୦-୦୨-୨୦୨୦ ସୋମବାର

ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର

ମୋବାଇଲ: 9437225434

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ଫେବୃୟାରୀ  ମାସ  ତା ୧୦ ରିଖ  ସୋମବାର ମକର ୨୭  ଦିନ  ଫାଲଗୁନ ମାସ କୃଷ୍ଣ ପକ୍ଷ   ପ୍ରତିପଦା ଭୁକ୍ତ ଦ୍ବିତୀୟା ତିଥି  ମଘା ନକ୍ଷତ୍ର ସିଂହ ଚନ୍ଦ୍ର
ଘାତ ବାର :- ମିଥୁନ  ରାଶିର
ଘାତ ଚନ୍ଦ୍ର :କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜି: ପାଣି କଖାରୁ   ଖାଇବା ନିଷେଧ
ମେଷ :-
ବୁଦ୍ଧି ବଳରେ କାର୍ଯ୍ୟ ସାଧନ କରିବେ । କର୍ମ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ ।ଦୀର୍ଘ ଦିନର ଆଶା ଆଙ୍କାକ୍ଷା ପୂରଣ ହେବ ।ମାଲିମକଦମାରେ  ବିଜୟ ଲାଭ କରିବେ ।
ବୃଷ :-
ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ ।ଉପସ୍ଥିତ ବୁଦ୍ଧି ବଳରେ ବିପଦ ମୁକ୍ତ ହେବେ ।ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ ।ଯାତ୍ରାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।
ମିଥୁନ :-
ବାଦାନୁବାଦ ଭିତରେ ଗତି କରିବେ ।ବନ୍ଧୁଙ୍କ ଅସହଯୋଗ ଆପଣଙ୍କୁ ଦୁଃଖ ଦେବ।ବାଣିଜ୍ୟ ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ଅମନ ଯୋଗି ହେବେ ।
କର୍କଟ :-
 ଅଯଥା ମାଲିମକଦମାରେ ଜଡିତ ହେବେ ।ଶାରୀରିକ ଓ ମାନସିକ ପୀଡା ଅନୁଭବ କରିବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇ ଚିନ୍ତିତ ହେବେ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ।
 ସିଂହ :-
ମାନସିକ ଶାନ୍ତି ମିଳିବ ।ଘରୋଇ ସମସ୍ଯାର  ସମାଧାନ ହୋଇଯିବ ।ଆଶା କରୁଥିବା ଦିଗରୁ ସଫଳତା ମିଳିବ ।ସାମାଜିକ ପ୍ରତିଷ୍ଠା ଲାଭ କରିବେ ।ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ ।
କନ୍ୟା :-
ପାରିବାରିକ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେଇପାରେ ।ସଞ୍ଚିତ ଧନ ବ୍ଯୟ ହୋଇଯିବ ।ଚକ୍ଷୁ ବା ଛାତିରେ ଯନ୍ତ୍ରଣା ଅନୁଭବ କରିବେ ।ଅଜଣା ଅଶୁଣା ବ୍ଯକ୍ତିଠାରୁ ଦୂରେଇ ରହନ୍ତୁ ।ଉଦ୍ୟମରେ ବିଫଳ ହେବେ ।
ତୁଳା :-
ବିଳାସ ବ୍ଯସନରେ ଦିନଟି ଅତିବାହିତ କରିବେ ।ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ମିଳିବ ।ଶରୀର ସୁସ୍ଥ ଓ ମନ ନିର୍ମଳ ରହିବ ।ଯାନବାହନ ଲାଭର ଯୋଗ ରହିଛି ।ସ୍ଵାଦିଷ୍ଟ ଭୋଜନ ମିଳିବ ।
ବିଛା :-
ଭଲ କରିବାକୁ ଯାଇ ଅସୁବିଧାରେ ପଡିବେ ।ଯାନବାହନ ଚଳାଇବାରେ ସତର୍କତା ଅବଲମ୍ବନ କରନ୍ତୁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ଆଶା କରୁଥିବା ଦିଗରୁ ସଫଳତା ମିଳିବ ନାହିଁ ।
ଧନୁ :-
କୌଶଳ ପ୍ରୟୋଗ କରି ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ।ମାନ ସମ୍ମାନ ଯଶ ଗୌରବର ଅଧିକାରୀ ହେବେ ।ମହିଳାମାନେ ହସ ଖୁସିରେ ଦିନଟି ଅତିବାହିତ କରିବେ ।
ମକର :-
ପ୍ରତେକ ପ୍ରତିଯୋଗିତାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ଦୂର  ଯାତ୍ରାର ଯୋଗ ରହିଛି ।ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ବିରାଜମାନ କରିବ ।ଦୁସାହାସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ ।
କୁମ୍ଭ :-
ବିବାଦ ବିଷାଦ ମନକୁ ଭାରାକ୍ରାନ୍ତ କରାଇବ । ଆୟ ତୁଳନାରେ ବ୍ଯୟ ଅଧିକ କରାଇବ ।ମହିଳାମାନେ ନିଜ ପରିବାରର ଅପମାନିତ ସମାଲୋଚିତ ହେବେ ।ଆଶା କରୁଥିବା ଦିଗରୁ ନିରାଶ ହେବେ ।
ମୀନ:-
ହାତେ ମାପି ଚାଖଣ୍ଡେ ଚାଲନ୍ତୁ ।ସ୍ବାସ୍ଥ୍ୟ ଗତ କାରଣକୁ ନେଇ ଚିନ୍ତିତ ହେବେ ।ଲାଭ ପରିବର୍ତ୍ତେ କ୍ଷତି ହେବ ।ମାଲିମକଦମାରେ ଭୟ ରହିଛି ।ଶତୃମାନେ ଚକ୍ରାନ୍ତ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ ।

 

Leave A Reply

Your email address will not be published.