Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ 

ତା ୧୩-୬-୨୦୨୦ ଶନିବାର

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ଜୁନ 
ତା ୧୩ ରିଖ  ଶନିବାର ବୃଷ ୩୧ ଦିନ  ଆଷାଢ ମାସ କୃଷ୍ଣ ପକ୍ଷ  ଅଷ୍ଟମୀ ତିଥି ପୂର୍ବଭାଦ୍ରପଦ ନକ୍ଷତ୍ର କୁମ୍ଭ ଚନ୍ଦ୍ର
ଘାତ ବାର-:  ବୃଷ ସିଂହ ଓ କନ୍ୟା ରାଶିର
ଘାତ ଚନ୍ଦ୍ର:- ମିଥୁନ ରାଶି ପୁରୁଷ ଓ ମୀନ ରାଶିର 
ଆଜି:  ନଡିଆ ଖାଇବା ନିଷେଧ
ମେଷ  :
  ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ ।ବନ୍ଧୁ ଦର୍ଶନର ସୁଯୋଗ ଅଛି । ପୂର୍ବରୁ ଲାଗିଥିବା ମାଲିମକଦମାର ନ୍ୟାୟ ଆପଣଙ୍କ ସପକ୍ଷରେ ମିଳିବ । ମହିଳାମାନେ ଆଶା କରୁଥିବା ଦିଗରୁ ଲାଭବାନ ହେବେ ।
ବୃଷ : 
କର୍ମକ୍ଷେତ୍ରରେ ବାଧାବିଘ୍ନ ଦୂରେଇ ଯିବ । ଉଚ୍ଚ କର୍ମକର୍ତ୍ତା ଆପଣଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବିଭିନ୍ନ ଦିଗରୁ ଅର୍ଥ ପାଇବେ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆୟୁ ବୃଦ୍ଧି ଘଟିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ପାଇବେ।
ମିଥୁନ  :
ଯଗି ରଖି ଚଳନ୍ତୁ ଶାରୀରିକ ଓ ମାନସିକ ପୀଡା ଅନୁଭବ କରିବେ । ପ୍ରତ୍ୟେକ କ୍ଷେତ୍ରରେ ବିଫଳତା ଦେଖା ଦେବ।ମହିଳାମାନେ ନିଜ ପରିବାରରେ ଅପମାନିତ ଓ ସମାଲୋଚିତ ହେବେ । ପାରିବାରିକ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେବ
କର୍କଟ :
ସତର୍କତା ଅବଲମ୍ବନ କରନ୍ତୁ କାରଣ ଆକସ୍ମିକ ଦୁର୍ଘଟଣା ଦେଖା ଦେଇପାରେ । ରାଜନୀତିଜ୍ଞମାନେ ସମାଲୋଚିତ ହୋଇପାରନ୍ତି । କର୍ମ କ୍ଷେତ୍ରରେ  ନାନାପ୍ରକାର ବାଧାବିଘ୍ନର ସମ୍ମୁଖୀନ ହେବେ । ବିଦ୍ୟାର୍ଥୀ ମାନେ ବିଦ୍ୟାରେ ସଫଳତା ପାଇବେ ନାହିଁ ।
ସିଂହ : 
ପ୍ରତେକଟି କାର୍ଯ୍ୟରେ ସିଦ୍ଧି ଲାଭ କରିବେ । ଦେହ ମନ ସୁସ୍ଥ ରହିବ । ଗୁପ୍ତ ଶତୃମାନେ ପରାଜିତ ହେବେ । ସ୍ଵାଦିଷ୍ଟ ଭୋଜନ ମିଳିବ । କର୍ମ କ୍ଷେତ୍ରରେ ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ ।
କନ୍ୟା  :
 ପାରିବାରିକ ସମସ୍ୟା ସମାଧାନ ହୋଇଯିବ । ପିଲାମାନଙ୍କ ଉନ୍ନତିରେ ଖୁସି ହେବେ । ପଦୋନ୍ନତି ସହିତ ସ୍ଥାନାନ୍ତର ହୋଇପାରନ୍ତି । ମହିଳାମାନେ ଗୃହ କାର୍ଯ୍ୟରେ ପ୍ରଶଂସନୀୟା ହେବେ । ସଞ୍ଚିତ ଅର୍ଥ ବୃଦ୍ଧି ଘଟିବ ।
ତୁଳା :
  ପାରିବାରିକ ଓ ଆର୍ଥିକ ଦୃଷ୍ଟିରୁ ଆଜି ଆପଣଙ୍କୁ ସଫଳତା ମିଳିବ । ଶତୃମାନେ ପରାଜିତ ହେବେ । ସାହିତ୍ୟ କଳା ଓ ସଂସ୍କୃତି କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ମିଳିବ । ଦେବ ଦର୍ଶନର ସୁଯୋଗ ରହିଛି ।
ବିଛା  : 
  ପରିବାରରେ ମନୋମାଳିନ ଦେଖା ଦେଇପାରେ । ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ଦେଖା ଦେଇପାରେ। ଘରେ ବାହାରେ ସବୁଠାରେ ଅପମାନିତ ସମାଲୋଚିତ ହୋଇପାରନ୍ତି । ଆଶା କରୁଥିବା ଦିଗରୁ ବିଫଳତା ଆଉ ହତାଶ ହେବେ ।
ଧନୁ :
ଅଳ୍ପ ପରିଶ୍ରମରେ ଅଧିକ ସଫଳତା ମିଳିବ । କୌଣସି ମହିଳା କିମ୍ବା ସ୍ତ୍ରୀ ଙ୍କ ପେରଣାରୁ ଉପକୃତ ହେବେ । ବିଦ୍ୟାର୍ଥୀ ମାନେ ବିଦ୍ୟାରେ ସଫଳତା ପାଇବେ । ବହୁଦିନର ମନାନ୍ତର ମତାନ୍ତର ଦୂରେଇ ଯିବ ।ସ୍ଵାଦିଷ୍ଟ ଭୋଜନ ମିଳିବ ।
ମକର :
  ପୂର୍ବର ଅଶାନ୍ତି ଦୂରେଇ ଯିବ । ଗୃହକୁ କୌଣସି ଆବଶ୍ୟକୀୟ ଉପକରଣ କ୍ରୟ କରିପାରନ୍ତି ।ଅଚାନକ ଧନ ଲାଭରଯୋଗ ରହିଛି । କାର୍ଯ୍ୟ କ୍ଷେତ୍ରରେ ନୂତନ ନିଯୁକ୍ତି କିମ୍ବା ପଦୋନ୍ନତିର ଯୋଗ ରହିଛି । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ପାଇବେ ।
କୁମ୍ଭ :
ଆଜି ଆପଣଙ୍କୁ  ସଫଳତା ମିଳିବ ।ଘରୋଇ ସମସ୍ଯା ଦୂରେଇ ଯିବ ।କର୍ମ କ୍ଷେତ୍ରରେ ସମ୍ମାନିତ ହେବେ ।ଛାତ୍ରଛାତ୍ରୀମାନେ ବିଦ୍ଯାରେ ସଫଳତା ପାଇବେ ।ମହିଳାମାନେ ନିଜ ପରିବାରରେପ୍ରଶଂସନୀୟ ହେବେ । ସୁସ୍ବାଦୁ ଭୋଜନ ମିଳିବ ।
ମୀନ :
ସାମାନ୍ୟ ଘଟଣାକୁ ନେଇ ମନାନ୍ତର ମତାନ୍ତର ଦେଖା ଦେଇପାରେ । ଆୟ   ଅପେକ୍ଷା ବ୍ଯୟ  ଅଧିକ ହେବ ।ଗୁପ୍ତ ଶତୃମାନେ ସକ୍ରୀୟ ହୋଇ ଉଠିବେ ।ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇ ବିଶାଦ ଗ୍ରସ୍ତ ହେବେ । ଦୂର ଯାତ୍ରା କରନ୍ତୁ ନାହିଁ ଦୁର୍ଘଟଣା ଦେଖା ଦେଇପାରେ ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର  ( ମୋବାଇଲ: 9437225434 )
Leave A Reply

Your email address will not be published.