ରାଶି ଫଳ
ତା ୨୨-୮-୨୦୨୦ ଶନିବାର
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର
ଆଜି ଦିନର ମହତ୍ତ୍ୱ
ଆଜି ହେଉଛି ୨୦୨୦ ମସିହା ଅଗଷ୍ଟ ତା ୨୨ ରିଖ ଶନିବାର ସିଂହ ୭ ଦିନ ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ତିଥି ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର
ଘାତ ବାର-: ବୃଷ,ସିଂହ ଓ କନ୍ୟା ରାଶିର
ଘାତ ଚନ୍ଦ୍ର-: ବୃଷ ରାଶି ପୁରୁଷ ଓ ଧନୁ ରାଶି ମହିଳାଙ୍କର
ଆଜି: ମୂଳା ଖାଇବା ନିଷେଧ
ଆଜି ବିଘ୍ନ ରାଜ ଶ୍ରୀ ଗଣପତିଙ୍କ ପୂଜା
ମେଷ
ଆଜି ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ୟେକଟି କ୍ଷେତ୍ରରେ ହିଁ ବିଜୟ ଲାଭ କରିବେ । ପାରିବାରିକ
କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ । ବନ୍ଧୁଙ୍କ ମିଥ୍ୟାଭିଯୋଗ ସକାଶେ ମାନସିକ ସ୍ତରରେ କ୍ରୋଧାନ୍ୱିତ ହୋଇପାରନ୍ତି। ଗତକାଲିଠାରୁ ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।
ବୃଷ
ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ନିର୍ମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଆଲୋଚନା ପରିସରରେ ଆପଣ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ।
ମିଥୁନ
ପାରିବାରିକ ସୁଖ ଶାନ୍ତି ମିଳିବ । ଶିଳ୍ପ, ବାଣିଜ୍ୟ,ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଶିକ୍ଷା, ପରୀକ୍ଷା, ଇଣ୍ଟରଭ୍ୟୁ ସରକାରୀ ସ୍ତରରେ କାମ ହାସଲରେ କୃତକାର୍ଯ୍ୟ ହେବେ । ଋଣ ପରିଶୋଧ କରିବା ପାଇଁ ଚାପର ବଶବର୍ତ୍ତୀ ହୋଇପାରନ୍ତି।
କର୍କଟ
ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। ମତପାର୍ଥକ୍ୟ ଜନିତ ବାକ୍ ବିତଣ୍ଡା ସୃଷ୍ଟି ହେବାର ସୂଚନା ରହିଛି । ବନ୍ଧୁଙ୍କ ପରାମର୍ଶରେ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ ।
ସିଂହ
କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ । ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ। ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ବ୍ୟବସାୟିକ ଦିଗଟି ବହୁତ ଭଲ ରହିବ।
କନ୍ୟା
କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି, ଦେଖା ଦେବ । ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇ ପାରେ। ମହିଳାମାନେ ପ୍ରଶଂସନୀୟ ହେବେ ।
ତୁଳା
ପୂର୍ବର ସମସ୍ୟା ସମାଧାନ ହୋଇଯିବ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବା ସହ କୌଣସି ନୂଆ କାମଟିଏ ଆରମ୍ଭ କରିବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ ଯାହାକି ସାମୟିକ ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ।
ବିଛା
କାର୍ଯ୍ୟସିଦ୍ଧି ସହ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଉପରିସ୍ଥଙ୍କ କର୍ମଚାରୀଙ୍କ ଆଦେଶାନୁସାରେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ ।
ଧନୁ
କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଆଲୋଚନା ଅସମାପ୍ତ ରହିପାରେ। ପରୋକ୍ଷ ଶତ୍ରୁତା କାରଣରୁ ପରିସ୍ଥିତିର ଅପମାନଜନକ ସ୍ଥିତି ଉପୁଜିପାରେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ । କୌଣସି କ୍ଷେତ୍ରରେ ସାହାଯ୍ୟ ଓ ଅର୍ଥ ପାଇଁ ବନ୍ଧୁଙ୍କ ହାତକୁ ଚାହିଁ ବସିବେ । କ୍ରୀଡା, କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ।
ମକର
ଅନିଦ୍ରାଜନିତ ରୋଗର ଶିକାର ହୋଇପାରନ୍ତି। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ । ଆକସ୍ମିକ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି । ବିଦ୍ୟାର୍ଥୀମାନେ ବିଦ୍ୟାରେ ସଫଳତା ପାଇବେ ।
କୁମ୍ଭ
ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ବାଧ୍ୟ ହେବେ। ପ୍ରିୟଜନଙ୍କ ସାହାଯ୍ୟ ମାଧ୍ୟମରେ ଜମିଜମା ସମ୍ପର୍କି ତ ବିବାଦର ଆଶୁ ସମାଧାନ ହୋଇଯିବ। ନିର୍ମାଣ, ଶିଳ୍ପ, ବାଣିଜ୍ୟାଦିରେ ଶୁଭଫଳ ପାଇବେ । କଳା,ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ ସମସ୍ୟା ସମାଧାନ ହୋଇଯିବ।
ମୀନ
ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି । ବନ୍ଧୁମାନଙ୍କ
ଅସଂଯତ କାର୍ଯ୍ୟକଳାପ ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ । ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ ।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର ( ମୋବାଇଲ: 9437225434 )