Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୨୪-୭-୨୦୨୦ ଶୁକ୍ରବାର

 

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ଜୁଲାଇ ତା ୨୪ ରିଖ ଶୁକ୍ରବାର କର୍କଟ ୯ ଦିନ ଶ୍ରାବଣ ମାସ ଶୁକ୍ଳ ପକ୍ଷ ଚତୃଥୀ ତିଥି ପୂର୍ବା ଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର
ଘାତ ବାର: ବିଛା ଧନୁ ଓ ମୀନ ରାଶିର
ଘାତ ଚନ୍ଦ୍ର: :କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜି: ମୂଳା ଖାଇବା ନିଷେଧ
ମେଷ :
ଆପଣଙ୍କ କଥା ଓ କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ଭ୍ରମଣର ଯୋଗ ରହିଛି ।
ମହିଳା ମାନଙ୍କର କାର୍ଯ୍ଯ ପ୍ରଶଂସନୀୟ ହେବ। ବାଣିଜ୍ୟ, ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।
ବୃଷ :
 ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।
ମିଥୁନ :
ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ। ପରିବାରର ବ୍ୟୟ ବୃଦ୍ଧି ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ। ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିପାରନ୍ତି।

କର୍କଟ :
ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ ସହଯୋଗ ମିଳିବ । ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ। ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।

ସିଂହ :
ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ ଚେଷ୍ଟା କରି ସଫଳ ହେବେ
ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।
କନ୍ୟା :
ଆଜି ମନରେ ଭାବପ୍ରବଣତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ। ସାମାଜିକ ସ୍ତରରେ କାମ କରି ସମାଲୋଚିତ ହୋଇ ପାରନ୍ତି।

ତୁଳା :
ପାରିବାରିକ ଜୀବନରେ ସମସ୍ଯା ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ମାଲିମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା :
ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ । ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।
ଧନୁ :
ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ ।
ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁ୍‌ଯୋଗ ସୃଷ୍ଟି ହେବ।
ମକର :
ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।
କୁମ୍ଭ :
ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।

ମୀନ:
ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ ।କର୍ମକ୍ଷେତ୍ରରେ ସଫଳତା ମିଳିବ । ଯାନବାହନ ଚଳାଇବାବେଳେ ଆଜି ସତର୍କତା ଅବଲମ୍ବନ କରନ୍ତୁ । ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର  ( ମୋବାଇଲ: 9437225434 )
Leave A Reply

Your email address will not be published.