Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ 

ତା ୨୬-୬-୨୦୨୦ ଶୁକ୍ରବାର

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା  ଜୁନ ତା ୨୬ ରିଖ  ଶୁକ୍ରବାର  ମିଥୁନ  ୧୨ ଦିନ ଆଷାଢ ମାସ ଶୁକ୍ଳ ପକ୍ଷ  ପଞ୍ଚମୀ ଭୁକ୍ତ ଷଷ୍ଠୀ  ତିଥି   ମଘା ନକ୍ଷତ୍ର ସିଂହ ଚନ୍ଦ୍ର 
ଘାତ ବାର-:  ବିଛା ଧନୁ ଓ ମୀନ ରାଶିର
ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜି: ପିତା ଦ୍ରବ୍ୟ ଖାଇବା ନିଷେଧ 
ମେଷ
ଆପଣଙ୍କ  କଥା ଓ  କାର୍ଯ୍ୟ ଅନ୍ୟମାନଙ୍କୁ ଆକୃଷ୍ଟ କରାଇବ। ସକାଳୁ ସକାଳୁ ଭ୍ରମଣର
ଯୋଗ ରହିଛି । ବାଣିଜ୍ୟ ଓ ବ୍ୟବସାୟରେ କେତେକ ସମସ୍ୟା ଦେଖା ଦେଇପାରେ ।
ବୃଷ
ପାରିବାରିକକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେବାକୁ ପଡିପାରେ । କର୍ମ କ୍ଷେତ୍ରରେ ନୂତନ ଦାୟିତ୍ବ ନେବେ । ଯାତ୍ରା, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ ଓ ସାମ୍ବାଦିକତା କ୍ଷେତ୍ର ବହୁତ ଭଲ ରହିବ ।
ମିଥୁନ
ଅପ୍ରିୟସତ୍ୟ ଭାଷଣ ଜନିତ ବନ୍ଧୁଙ୍କ ସହ କଳହର ସୂଚନା ରହିଛ। ପରିବାରର ବ୍ୟୟ ବୃଦ୍ଧି  ହେତୁ ବ୍ୟସ୍ତତା ମଧ୍ୟ ବୃଦ୍ଧି ପାଇପାରେ।   ତରବରିଆ ଭାବେ କୌଣସି କାମ କଲେ କ୍ଷତିରେ ପଡ଼ିବେ।
କର୍କଟ
ଆର୍ଥିକ ଅଭିବୃଦ୍ଧି ସହ ବନ୍ଧୁମାନଙ୍କ ସାହାଯ୍ୟ
ସହଯୋଗ ମିଳିବ ।  ଅଫିସ୍‌ କାମରେ ନିଜର ସ୍ଥିତିକୁ ସୁଦୃଢ଼ କରିବାରେ ସମର୍ଥ ହେବେ।   ଯାତ୍ରା ଓ ଆନୁଷ୍ଠାନିକ କାମରୁ ଖୁସି ରହିବେ ।
ସିଂହ
ସ୍ଥଗିତ କାମକୁ ଅତିଶୀଘ୍ର ସମ୍ପନ୍ନ କରିବା ଦିଗରେ  ଚେଷ୍ଟା କରି ସଫଳ ହେବେ
 ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ ପ୍ରକାରର କୌଶଳ କରିବାକୁ ପଡ଼ିବ। କୌଣସି କଥାରେ ତରବର ହୋଇ କାମ କରନ୍ତୁ ନାହିଁ।
କନ୍ୟା
ଆଜି ମନରେ ଭାବପ୍ରବଣତା   ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ।    ଅପୂରଣୀୟ ଆଶା ମନରେ ବିଭିନ୍ନ ପ୍ରକାରର ଆଶଙ୍କା ଉଦ୍ରେକ କରିବ।
ସାମାଜିକ ସ୍ତରରେ  କାମ କରି ସମାଲୋଚିତ ହୋଇ ପାରନ୍ତି।
ତୁଳା
 ପାରିବାରିକ ଜୀବନରେ  ସମସ୍ଯା  ଦେଖା ଦେଇ ପାରେ ।ବାଣିଜ୍ୟ, ବ୍ୟବସାୟରେ  ସଫଳତା ହାସଲ କରିବେ ମାଲି ମକଦ୍ଦମାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ ।
ବିଛା
 ପାରିବାରିକ ଜୀବନ ଓ କର୍ମକ୍ଷେତ୍ରରେ ଶୁଭ ଫଳ ମିଳିବ ।  ଯାତ୍ରାରେ ସଫଳତା ହାସଲ କରିବେ । ଅତ୍ୟଧିକ ଖର୍ଚ୍ଚାନ୍ତ ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ ।
ଧନୁ
ସଭାସମିତି କିମ୍ବା ପାରିବାରିକ କ୍ଷେତ୍ରର   ଦ୍ୱନ୍ଦ୍ୱ ଉପୁଜିପାରେ । ଚେଷ୍ଟା କରୁଥିବା କାମ ଗୁଡିକ  ସୁବିଧାରେ ସମ୍ପନ୍ନ ହୋଇଯିବ ।
 ବାକି ପଡିଥିବା ଟଙ୍କା ଆଦାୟ ପାଇଁ ଅନୁକୁଳ ସୁ୍‌ଯୋଗ ସୃଷ୍ଟି ହେବ।
ମକର
ପୂର୍ବ ସ୍ଥିରୀକୃତ ଯୋଜନା ଠିକ୍‌ ଭାବରେ ହେବା  କଷ୍ଟକର ହେବ।ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ।

 
କୁମ୍ଭ
 ଆଜି ସକାଳୁ ସକାଳୁ ଦେବ ଦର୍ଶନ ସକାଶେ ମନ ବଳାଇପାରନ୍ତି। ଖାଦ୍ୟ ପେୟର ଅନିୟମିତତା ଯୋଗୁ ଶରୀର ଅସୁସ୍ଥ   ହୋଇପାରେ। ପରିବାରରେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ରହିପାରନ୍ତି।
ମୀନ
ପାରିବାରିକ କ୍ଷେତ୍ରରେ ସମସ୍ୟାଦେଖା ଦେଇପାରେ ।ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ମିଳିବ ।
ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି।
ଜ୍ୟୋତିର୍ବିଦ ନିରଞ୍ଜନ ମହାପାତ୍ର  ( ମୋବାଇଲ: 9437225434 )

Comments are closed.