Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ  

ତା୧୭-୧୦-୨୦୨୦ ଶନିବାର

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ଅକ୍ଟୋବର ତା ୧୭ ରିଖ ଶନିବାର  ତୁଳା୧ ଦିନ ଆଶ୍ବିନ ମାସ ଶୁକ୍ଳ ପକ୍ଷ  ପ୍ରତିପଦା ତିଥି ଚିତ୍ରା ନକ୍ଷତ୍ର ତୁଳା  ଚନ୍ଦ୍ର 

ଘାତ ବାର:- ବୃଷ ସିଂହ ଓ କନ୍ୟା ରାଶିର

ଆଜି: ପାଣି କଖାରୁ ଖାଇବା ନିଷେଧ

ଆଜି-ଗର୍ଭଣା ସଂକ୍ରାନ୍ତି,  ନବ ଦିନାତ୍ମକ (ନବ ରାତ୍ର ) ପୂଜା ରମ୍ଭ, ମା ବିରଜା ଦେବୀଙ୍କ ରଥଯାତ୍ରା ଆରମ୍ଭ
ମେଷ:- ବୁଦ୍ଧି ବଳରେ କାର୍ଯ୍ୟ ସାଧନ କରିବେ କର୍ମକ୍ଷେତ୍ରରେ ନାନାପ୍ରକାର ଉଲ୍ଲେଖନୀୟ ସଫଳତା ମିଳିବ । ଦୀର୍ଘ ଦିନର ଆଶା ଆଙ୍କାକ୍ଷା ପୂରଣ ହେବ । ମାଲିମକଦମାରେ  ବିଜୟ ଲାଭ କରିବେ।
ବୃଷ:- ବିଭିନ୍ନ ସୂତ୍ରରୁ ଅର୍ଥାଗମ ହେବ। ଉପସ୍ଥିତ ବୁଦ୍ଧି ବଳରେ ବିପଦ ମୁକ୍ତ ହେବେ। ସାମାଜିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ଯାତ୍ରାରେ ସଫଳତା ମିଳିବ। ଶତୃମାନେ ପରାଜିତ ହେବେ।
ମିଥୁନ:-  ବାଦାନୁବାଦ ଭିତରେ ଗତି କରିବେ। ବନ୍ଧୁଙ୍କ ଅସହଯୋଗ ଆପଣଙ୍କୁ ଦୁଃଖ ଦେବ।ବାଣିଜ୍ୟ ବ୍ଯବସାୟରେ ଆଶାନୁରୂପ ଲାଭ ମିଳିବ ନାହିଁ। ବିଦ୍ଯାର୍ଥୀ ମାନେ ବିଦ୍ଯାରେ ଅମନ ଯୋଗି ହେବେ।
କର୍କଟ:- ଅଯଥା ମାଲିମକଦମାରେ ଜଡିତ ହେବେ। ଶାରୀରିକ ଓ ମାନସିକ ପୀଡା ଅନୁଭବ କରିବେ। ସନ୍ତାନ ସନ୍ତତି ମାନଙ୍କ କାର୍ଯ୍ୟକୁ ନେଇ ଚିନ୍ତିତ ହେବେ। ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ।
ସିଂହ:- ମାନସିକ ଶାନ୍ତି ମିଳିବ। ଘରୋଇ ସମସ୍ଯାର  ସମାଧାନ ହୋଇଯିବ। ଆଶା କରୁଥିବା ଦିଗରୁ ସଫଳତା ମିଳିବ। ସାମାଜିକ ପ୍ରତିଷ୍ଠା ଲାଭ କରିବେ। ମହିଳାମାନେ ନିଜ ପରିବାରରେ ପ୍ରଶଂସନୀୟ ହେବେ।
କନ୍ୟା:- ପାରିବାରିକ ଜୀବନରେ ମନାନ୍ତର ମତାନ୍ତର ଦେଖା ଦେଇପାରେ। ସଞ୍ଚିତ ଧନ ବ୍ଯୟ ହୋଇଯିବ। ଚକ୍ଷୁ ବା ଛାତିରେ ଯନ୍ତ୍ରଣା ଅନୁଭବ କରିବେ । ଅଜଣା ଅଶୁଣା ବ୍ଯକ୍ତିଠାରୁ ଦୂରେଇ ରହନ୍ତୁ । ଉଦ୍ୟମରେ ବିଫଳ ହେବେ ।
ତୁଳା:- ବିଳାସ ବ୍ଯସନରେ ଦିନଟି ଅତିବାହିତ କରିବେ। ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ମିଳିବ। ଶରୀର ସୁସ୍ଥ ଓ ମନ ନିର୍ମଳ ରହିବ । ଯାନବାହନ ଲାଭର ଯୋଗ ରହିଛି ।ସ୍ଵାଦିଷ୍ଟ ଭୋଜନ ମିଳିବ।
ବିଛା:- ଭଲ କରିବାକୁ ଯାଇ ଅସୁବିଧାରେ ପଡିବେ ।ଯାନବାହନ ଚଳାଇବାରେ ସତର୍କତା ଅବଲମ୍ବନ କରନ୍ତୁ ।ଦାମ୍ପତ୍ୟ ଜୀବନରେ ଭୁଲ ବୁଝାମଣା ଦେଖା ଦେବ ।ଆଶା କରୁଥିବା ଦିଗରୁ ସଫଳତା ମିଳିବ ନାହିଁ ।
ଧନୁ:- କୌଶଳ ପ୍ରୟୋଗ କରି ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ । ନିର୍ମାଣଧୀନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ । ମାନ ସମ୍ମାନ ଯଶ ଗୌରବର ଅଧିକାରୀ ହେବେ । ମହିଳାମାନେ ହସ ଖୁସିରେ ଦିନଟି ଅତିବାହିତ କରିବେ।
ମକର:- ପ୍ରତେକ ପ୍ରତିଯୋଗିତାରେ ସଫଳତା ମିଳିବ ।ଶତୃମାନେ ପରାଜିତ ହେବେ ।ଦୂର  ଯାତ୍ରାର ଯୋଗ ରହିଛି ।ଦାମ୍ପତ୍ୟ ଜୀବନରେ ସୁଖ ଶାନ୍ତି ବିରାଜମାନ କରିବ ।ଦୁସାହାସିକ ପଦକ୍ଷେପ ନେଇ ପ୍ରଶଂସିତ ହେବେ ।
କୁମ୍ଭ:-
ବିବାଦ ବିଷାଦ ମନକୁ ଭାରାକ୍ରାନ୍ତ କରାଇବ । ଆୟ ତୁଳନାରେ ବ୍ଯୟ ଅଧିକ କରାଇବ ।ମହିଳାମାନେ ନିଜ ପରିବାରର ଅପମାନିତ ସମାଲୋଚିତ ହେବେ ।ଆଶା କରୁଥିବା ଦିଗରୁ ନିରାଶ ହେବେ।
ମୀନ:- ହାତେ ମାପି ଚାଖଣ୍ଡେ ଚାଲନ୍ତୁ । ସ୍ବାସ୍ଥ୍ୟ ଗତ କାରଣକୁ ନେଇ ଚିନ୍ତିତ ହେବେ ।ଲାଭ ପରିବର୍ତ୍ତେ କ୍ଷତି ହେବ। ମାଲିମକଦମାରେ ଭୟ ରହିଛି । ଶତୃମାନେ ଚକ୍ରାନ୍ତ କରିବେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ନାହିଁ।

 

Leave A Reply

Your email address will not be published.