Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ରାଶିଫଳ
ତା ୩୧-୧-୨୦୨୧ ରବିବାର

ଆଜି ଦିନର ମହତ୍ତ୍ୱ 
ଆଜି ହେଉଛି ୨୦୨୧ ମସିହା ଜାନୁଆରୀ ତା ୩୧ ରିଖ ରବିବାର ମକର ୧୮ ଦିନ ମାଘ ମାସ କୃଷ୍ଣ ପକ୍ଷ ତୃତୀୟା ତିଥି ପୂର୍ବାଫାଲଗୁନୀ ନକ୍ଷତ୍ର ସିଂହ ଚନ୍ଦ୍ର
ଆଜିର ଘାତ ବାର-: ମେଷ ରାଶିର
ଆଜିର ଘାତ ଚନ୍ଦ୍ର-: କର୍କଟ ଓ ମକର ରାଶି ପୁରୁଷଙ୍କର
ଆଜିର ନିଷେଧ ଖାଦ୍ୟ-: ପୋଟଳ

ମେଷ
ଆଜି ପ୍ରତ୍ୟେକ କ୍ଷେତ୍ରରେ ଆଗପଛ ବିଚାର କରି କାମ ନ କଲେ ଅପଦସ୍ଥ ହୋଇପାରନ୍ତି।ବନ୍ଧୁମାନଙ୍କ କଥା ବାର୍ତ୍ତା ଆପଣଙ୍କ ପାଇଁ ସମସ୍ୟାକୁ ବଢାଇ ଦେଇପାରେ । ନିର୍ଦ୍ଦିଷ୍ଟ ସମୟରେ କାମଟି ସମ୍ପୂର୍ଣ୍ଣ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି। ବିଳମ୍ବରେ ଲକ୍ଷ୍ୟ ସ୍ଥଳରେ ପହଞ୍ଚିବେ।

ବୃଷ
ଆଜି ନିକଟ ସମ୍ପର୍କୀୟଙ୍କ ସାହାଯ୍ୟ ଲାଭକରି ଆଶା ପୂରଣ କରିବେ। ନିର୍ମାଣଧୀନ ଆନୁଷ୍ଠାନିକ କାମରେ କୌଣସି ପ୍ରତିବନ୍ଧକ ରହିବ ନାହିଁ । ଆଲୋଚନା ପରିସରରେ ଆପଣ ଅନ୍ୟ ମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ମହିଳାମାନେ ଅନିଚ୍ଛାକୃତ ଭାବେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ।

ମିଥୁନ
ଆଜି ସ୍ଥଗିତ ରହିଯାଇଥିବା କେତେକ ପୁରୁଣା ବାକିଆ କାମ ଶେଷ କରିବାକୁ ସକ୍ଷମ ହେବେ। ପ୍ରିୟଜନଙ୍କ ସାହାଯ୍ୟ ସହଯୋଗ ମାଧ୍ୟମରେ ଜମିଜମା ସମ୍ପର୍କିତ ବିବାଦର ଆଶୁ ସମାଧାନ ହୋଇଯିବ। ନିର୍ମାଣ, ଶିଳ୍ପ, ବାଣିଜ୍ୟାଦିରେ ଶୁଭଫଳ ପାଇବେ। କଳା,ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦିରେ କାର୍ଯ୍ୟ କରୁଥିଲେ ପୂର୍ବର ସମସ୍ୟା ସମାଧାନ ହୋଇଯିବ।

କର୍କଟ
ଆଜି ସତର୍କତା ଅଭାବରୁ ଅନ୍ୟ ପାଇଁ ନିଜେ ସମସ୍ୟାଗ୍ରସ୍ତ ହୋଇପଡିବେ। ମତପାର୍ଥକ୍ୟ ଜନିତ ବାକ୍‌ ବିତଣ୍ଡା ସୃଷ୍ଟି ହେବାର ସମ୍ଭାବନା ରହିଛି । ବନ୍ଧୁଙ୍କ ପରାମର୍ଶରେ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ନିଜ ସାଧନାରେ ସଫଳତା ପାଇବେ ।

ସିଂହ
ଆଜି କର୍ମକ୍ଷେତ୍ରରେ ସହକର୍ମୀ ମାନଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ସାଧନ କରିବେ । ପାରିବାରିକ ଜୀବନରେ ଖଳଲୋକଙ୍କ କାନକୁହା କଥା ସୁଖ ସନ୍ତୋଷରେ ବାଧା ଉପୁଜାଇବ। ଗୁରୁତ୍ୱପୂର୍ଣ୍ଣ କାମଗୁଡିକ ନିର୍ଦ୍ଦିଷ୍ଟ ସମୟରେ ନ ହେବା କାରଣରୁ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିବେ । ବ୍ୟବସାୟିକ ଦିଗଟି ବହୁତ ଭଲ ରହିବ।

କନ୍ୟା
ଆଜି କାର୍ଯ୍ୟ ହାସଲ ସହ ଆର୍ଥିକ ଉନ୍ନତି, ଦେଖା ଦେବ । ପାରିବାରିକ କ୍ଷେତ୍ରର କୌଣସି କଥା ମନକୁ ବାରମ୍ବାର ଆଲୋଡିତ କରିପାରେ। ଅର୍ଥ ସମ୍ପର୍କକୁ ନେଇ ପରିବାରରେ ଭାତୃବିବାଦ ଦେଖାଦେଇ ପାରେ। ମହିଳାମାନେ ପ୍ରଶଂସନୀୟ ହେବେ । ବିଦ୍ୟାର୍ଥିମାନେ ପଢାପଢିରେ ଏକାଗ୍ରତା ରଖି କୃତକାର୍ଯ୍ୟ ହେବେ।

ତୁଳା
ଆଜି ପୂର୍ବର ସମସ୍ୟା ସମାଧାନ ହୋଇଯିବ। ପାରିବାରିକ ଜୀବନ ସୁଖଶାନ୍ତିରେ କଟିବା ।କୌଣସି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ ସେଥିରେ ସଫଳ ହେବେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ ଯାହାକି ସାମୟିକ ମାନସିକ ଦୁଶ୍ଚିନ୍ତାର କାରଣ ହୋଇପାରେ।

ବିଛା
ଆଜି କାର୍ଯ୍ୟସିଦ୍ଧି ସହ ସ୍ବାସ୍ଥ୍ୟରେ ଉନ୍ନତି ଦେଖାଦେବ । ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ । ଆକସ୍ମିକ ଭାବରେ କୌଣସି ସମସ୍ୟା ହେତୁ ନିର୍ମାଣଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଉପରିସ୍ଥଙ୍କ କର୍ମ ଚାରିଙ୍କ ଆଦେଶାନୁସାରେ କାର୍ଯ୍ୟ କରିବା ପାଇଁ ବାଧ୍ୟ ହେବେ । ପିତା ମାତାଙ୍କ ଆଶ୍ରିର୍ବାଦ ଆପଣଙ୍କୁ ସହାୟ ହେବ।

ଧନୁ
ଆଜି କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ପ୍ରଶଂସନୀୟ ହେବେ। ପରୋକ୍ଷ ଶତ୍ରୁତା କାରଣରୁ ଅପରାହ୍ନରେ ମନ ଭାରାକ୍ରାନ୍ତ ରହିବ। କୋଟ କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା କାରଣରୁ ମାନସିକ ଅସ୍ଥିରତା ସୃଷ୍ଟି ହେବ । ସମସ୍ତ କାର୍ଯ୍ୟରେ ସାହାଯ୍ୟ ଓ ସହଯୋଗ ପାଇବେ। କ୍ରୀଡା, କଳା, ସାହିତ୍ୟ କ୍ଷେତ୍ରରେ ସଫଳତା ମିଳିପାରେ।

ମକର
ଆଜି ଜଗିରଖି ଚଳନ୍ତୁ କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ । ଅଂଶୀଦାର ବ୍ୟବସାୟୀମାନଙ୍କ ସହ ବ୍ୟବସାୟରେ ମନମନାନ୍ତର ଦେଖା ଦେଇପାରେ ।ବିଦ୍ଯାର୍ଥୀ ମାନେ ବିଦ୍ଯାରେ ସଫଳତା ପାଇବେ ।

କୁମ୍ଭ
ଆଜି ଆପଣଙ୍କର ଦିନ ଖୁବ୍ ଭଲରେ କଟିବ। ବକେୟା ପ୍ରାପ୍ୟ ମିଳିବ ଯାହା ଫଳରେ ମନ ପ୍ରଫୁଲ୍ଲିତ ରହିବ। ବିବାଦରେ ନୂଆ ମୋଡ଼ ଦେଖାଦେବ। ପୂର୍ବର ସମସ୍ୟା ସମାଧାନ ହୋଇଯିବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନ ନେବା ସହ ସମ୍ମାନ ପ୍ରାପ୍ତି ହେବେ। ବିଦ୍ୟାର୍ଥିମାନେ ଶୁଭ ଖବର ଶୁଣିପାରନ୍ତି।

ମୀନ
ଆଜି ଆପଣଙ୍କ ଦୃଢ଼ ମନୋବଳ ଯୋଗୁ ପ୍ରତ୍ଯେକଟି କ୍ଷେତ୍ରରେ ହିଁ ବିଜୟ ଲାଭ କରିବେ ।ପାରିବାରିକ କ୍ଷେତ୍ରରେ ମନୋମାଳିନ୍ୟକୁ ଦୂରେଇ ନେବା ପାଇଁ ପ୍ରଯତ୍ନ କଲେ ଉପକୃତ ହେବେ । ବନ୍ଧୁଙ୍କ ମିଥ୍ୟାଭିଯୋଗ ସକାଶେ ମାନସିକ ସ୍ତରରେ କ୍ରୋଧାନ୍ବିତ ହୋଇପାରନ୍ତି। ଗତକାଲି ଠାରୁ ଯେଉଁଥି ପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ବିଳମ୍ବରେ ପାଇବେ।

ଜ୍ଯୋତିର୍ବିଦ୍ ନିରଞ୍ଜନ ମହାପାତ୍ର

Leave A Reply

Your email address will not be published.