Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜିର ଦିନ

ଆଜିର ରାଶିଫଳ

ଆଜି ଦିନର ମହତ୍ତ୍ଵ
ଆଜି ୨୦୨୧ମସିହା ମାର୍ଚ୍ଚ ୨୯ ତାରିଖ ସୋମବାର ମୀନ ୧୬ ଦିନ ଚୈତ୍ର ମାସ କୃଷ୍ଣପକ୍ଷ ପ୍ରତିପଦା ତିଥି ହସ୍ତା ନକ୍ଷତ୍ର କନ୍ୟା ଚନ୍ଦ୍ର
ଆଜିର ଘାତ ବାର- ମିଥୁନ ରାଶିର
ଆଜିର ଘାତ ଚନ୍ଦ୍ର- ବୃଷ ରାଶି ପୁରୁଷ ଓ ଧନୁ ରାଶି ମହିଳାଙ୍କର
ଆଜିର ନିଷେଧ ଖାଦ୍ୟ-ପାଣି କଖାରୁ 
ଆଜି ହୋଲି ପର୍ବ

ମେଷ
ଆଜି ମାନସିକ ଅଶାନ୍ତି ଦୂର ହୋଇଯିବ। ବିଦ୍ୟାର୍ଥୀଗଣ ବିଦ୍ୟାରେ ସଫଳତା ହାସଲ କରିବେ ‌। ପାରିବାରିକ ଜୀବନରେ ସୁଖ ଶାନ୍ତି ମିଳିବ। ମହିଳାମାନେ ଗୃହ ସାଜସଜ୍ଜା ପ୍ରତି ଯତ୍ନଶୀଳା ହେବେ।ବ୍ୟବସାୟରେ ଆୟ ବୃଦ୍ଧି ଘଟିବ।

ବୃଷ
ଆଜି ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।ଧନ ମାନ ସମ୍ମାନ ପ୍ରତିଷ୍ଠା ମିଳିବ।-ବିବାଦର ଅବସାନ ଘଟିବ। ଆପଣ ଦକ୍ଷତା ଯୋଗ୍ୟତାକୁ ନେଇ ପ୍ରଶଂସିତ ହେବେ, କ୍ଷମତାରେ ବୃଦ୍ଧି ହେବ। ବିଦ୍ୟାର୍ଥିମାନଙ୍କ ପାଇଁ ସମୟ ଅନୁକୂଳ ରହିବ।

ମିଥୁନ
ଆଜି ଆବଶ୍ୟକ ନିର୍ଣ୍ଣୟ ନେବା ପାଇଁ ବୈଚାରିକ ଦୃଢତାକୁ ସର୍ବ ପ୍ରଥମ ସ୍ଥାନ ଦେବାକୁ ହେବ। ମିତ୍ରମାନଙ୍କ ସହିତ ସାକ୍ଷାତକରିବେ ଏବଂ ଏହି ସାକ୍ଷାତ ଆନନ୍ଦଦାୟୀ ରହିବ। ଛୋଟ ଯାତ୍ରାର ଆୟୋଜନ କରିପାରନ୍ତି। ଭାଇମାନଙ୍କ ସହିତ ସମ୍ପର୍କ ସୁଦୃଢ ହେବ ।

କର୍କଟ
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ। ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ। କେହି ଜଣେ ବ୍ୟକ୍ତି ଅସୁବିଧାରେ ପକାଇପାରେ ଏଣୁ ଯଗିରଖି ଚଳନ୍ତୁ। ଶାରୀରିକ ପୀଡ଼ା ଦେଖାଦେଇପାରେ ।

ସିଂହ
ଆଜି ଦିନ ଶୁଭଫଳଦାୟୀ ଅଟେ। ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ। ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ। ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ। ଧାର୍ମିକ କାର୍ଯ୍ୟଗୁଡ଼ିକରେ ଖର୍ଚ୍ଚ ହୋଇପାରେ।

କନ୍ୟା
ଆଜି ଅଳ୍ପ ପରିଶ୍ରମରେ ଅଧିକ ଅର୍ଥ ରୋଜଗାରର ହେବ। କର୍ମକ୍ଷେତ୍ରରେ ସଫଳତାର ସହିତ ଆଲୋଚନା କରି କାମକୁ ଅଗ୍ରସର କରିବେ। କୋର୍ଟ-କଚେରୀ ମାଲିମକୋଦମାରେ ବିଜୟୀ ହେବେ। ପରିବାରରେ ସୁଖ-ଶାନ୍ତି ବଜାୟ ରହିବ। ଆକସ୍ମିକ ଧନଲାଭ ହେବ।

ତୁଳା
ଆଜି ସନ୍ତାନ ସମ୍ବନ୍ଧୀତ ଶୁଭ ସମାଚାର ଆପଣଙ୍କୁ ମିଳିବ। ପୁରୁଣା ତଥା ପିଲାଦିନର ମିତ୍ରମାନଙ୍କ ସହିତ ଆଲୋଚନା କରି ଖୁସି ଅନୁଭବ କରିବେ।ବ୍ୟବସାୟ ଏବଂ ଆର୍ଥିକ ରୂପରେ ଲାଭ ହେବ। ମଧ୍ୟାହ୍ନରେ କୈାଣସି ଶୁଭ ଖବର ଶୁଣିପାରନ୍ତି।

ବିଛା
ଆଜିର ଦିନ ଲାଭଦାୟୀ ଅଟେ। ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ। ଆୟ ବଢ଼ିବାର ସମ୍ଭାବନା ଅଛି। ପିତା ଏବଂ ବଡ଼ଙ୍କର ଆଶୀର୍ବାଦର ଲାଭ ହେବ। କୌଣସି ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବାକୁ ପଡ଼ିପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ଧନୁ
ଆଜି କଥା ବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ,ଅପ୍ରିୟ ସତ୍ୟ କଥା କହି ଦୋଷୀ ସାବ୍ୟସ୍ତ ହୋଇ ପାରନ୍ତି। ପିତା ମାତାଙ୍କ ସ୍ନେହ ଶ୍ରଦ୍ଧା ସହାନୁଭୂତି ପାଇବେ ‌। ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ଦୃଷ୍ଟିରୁ ଲାଭବାନ ହେବେ।

ମକର
ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ଵାସ୍ଥ୍ୟର ଧ୍ୟାନ ରଖନ୍ତୁ ପେଟ ଜନିତ ସମସ୍ୟା ଦେଖା ଦେଇପାରେ। ପଡୋଶୀଙ୍କ ସହିତ ମନାନ୍ତର ମତାନ୍ତର ଦେଖାଦେଇପାରେ। ଆୟ ଅପେକ୍ଷା ବ୍ୟୟ ବଢିପାରେ ଛାତ୍ର ଛାତ୍ରୀମାନେ ପରୀକ୍ଷାରେ କୃତକାର୍ଯ୍ୟ ହେବେ।

କୁମ୍ଭ
ଆଜି ନୂତନ କାର୍ଯ୍ୟ କରିବାକୁ ଅଗ୍ରସର ହେବେ। ଅଧିକ ଚିନ୍ତା କରନ୍ତୁ ନାହିଁ ମନକୁ ଶାନ୍ତ ରଖନ୍ତୁ। ଦୂର ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ‌ ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ। ମହିଳାମାନେ ଯଶଶ୍ବୀ ହେବେ। ଆକସ୍ମିକ ଧନଲାଭ ହୋଇପାରେ।

ମୀନ
ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ। ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ମିଳିବ। ଶରୀର ସୁସ୍ଥ ଓ ମନ ପ୍ରଫୁଲ୍ଲିତ ରହିବ। ସନ୍ତାନ ସନ୍ତତି ମାନଙ୍କ ପାଇଁ ଦିନଟି ଅନୁକୂଳ ରହିବ। ଦୂରଯାତ୍ରାର ଯୋଗ ଅଛି।

Leave A Reply

Your email address will not be published.