Latest Odisha News

ଭୁବନେଶ୍ଵରରେ ପହଞ୍ଚିଲା ଡାକୋଟା; ପୁଷ୍ପାଞ୍ଜଳି ଦେଇ ସ୍ୱାଗତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଭୁବନେଶ୍ଵରରେ ପହଞ୍ଚିଛି ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ । ଏହି ସୁବର୍ଣ୍ଣ ମୁହୂର୍ତ୍ତରେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ବିମାନ ବନ୍ଦରଠାରେ ବିମାନ ଉପରେ ପୁଷ୍ପ ବୃଷ୍ଟି କରି ସ୍ୱାଗତ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି,  ବିଜୁ ବାବୁଙ୍କ ଐତିହାସିକ ଡାକୋଟା ବିମାନ ଆଜି ଭୁବନେଶ୍ଵରରେ ପହଞ୍ଚି ଥିବାରୁ ସେ ବହୁତ ଖୁସି। ଏହି ବିମାନରେ ବିଜୁ ବାବୁଙ୍କ  ସାହାସିକତାର ମୂକସାକ୍ଷୀ । ଏହା ମଧ୍ୟରେ ସବୁଠାରୁ ଶ୍ରେଷ୍ଠ ହେଉଛି ଇଣ୍ଡୋନେସିଆର ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ଡଚ୍ମାନଙ୍କ କବଜାରୁ ମୁକ୍ତ କରିବାରେ ଅପାର ସଫଳତା। ସେଥିରେ ବିଜୁ ବାବୁଙ୍କ ସହିତ କେବଳ ଜଣେ ସହ ପାଇଲଟ୍ ଥିଲେ, ସେ ହେଉଛନ୍ତି ‘ମୋ ମା’ ଜ୍ଞାନ୍ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ  5T ସଚିବ  ଭି କେ ପାଣ୍ଡିଆନ୍  ବିମାନ ବନ୍ଦରକୁ ଯାଇଥିଲେ ।ଏହି ସ୍ୱାଗତ୍ ସମାରୋହରେ ମନ୍ତ୍ରୀ ଅଶୋକ ପଣ୍ଡା. ବିଧାୟକ  ପ୍ରଣବ ପ୍ରକାଶ ଦାସ, ଅନନ୍ତ ନାରାୟଣ ଜେନା ,ସୁଶାନ୍ତ ରାଉତ ମେୟର ସୁଲୋଚନା ଦାସ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଶ୍ରୀମତୀ ଉଷା ପାଢୀ, IT ବିଭାଗର ପ୍ରମୁଖ ସଚିବ ଶ୍ରୀ ମନୋଜ ମିଶ୍ର ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଉପସ୍ଥିତ ଥିଲେ.

Leave A Reply

Your email address will not be published.