Latest Odisha News

BREAKING NEWS

କିସ୍‍ରୁ ମାଟ୍ରିକ୍‍ ପାସ୍‌ କଲେ ଦାନ ମାଝୀଙ୍କ ଝିଅ

ଭୁବନେଶ୍ୱର : କିସ୍‍ରୁ ମାଟ୍ରିକ୍‍ ପାସ୍‌ କଲେ ଦାନ ମାଝୀଙ୍କ ଝିଅ ।  ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି ।  କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଲ୍ ସାଇନ୍‌ସ୍ (କିସ୍‌)ର ଫଳାଫଳ ଶତ ପ୍ରତିଶତ ହୋଇଛି । ସ୍କୁଲ୍‍ର ୬୨୯ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଅଧିକ ନମ୍ବର ରଖି ଉତ୍ତୀର୍ଣ୍ଣ ହୋଇଛନ୍ତି । ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ବହୁ ଚର୍ଚ୍ଚିତ ଦାନ ମାଝୀଙ୍କ ବଡ଼ ଝିଅ ଚାନ୍ଦିନୀ ମାଝୀ କୃତକାର୍ଯ୍ୟ ହୋଇଛନ୍ତି । ସେ ଓ ତାଙ୍କର ଅନ୍ୟ ଦୁଇ ସାନ ଭଉଣୀ କିସ୍‍ରେ ରହି ପାଠ ପଢୁଛନ୍ତି ।

୨୦୧୬ ମସିହାରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ-ରାମପୁର ବ୍ଲକ ଅର୍ନ୍ତଗତ ମେଲଘର ଗାଆଁର ଦାନ ମାଝୀ ଚର୍ଚ୍ଚାକୁ ଆସିଥିଲା । ନିଜ ପତ୍ନୀଙ୍କ ଶବକୁ ଦୀର୍ଘ ୧୦ କିଲୋମିଟର କାନ୍ଧରେ ବୋହି ଚାଲି ଚାଲି ଆସିବା ଘଟଣା ଚର୍ଚ୍ଚାକୁ ଆସିଥିଲା । ସେତେବେଳେ ଏହି ଘଟଣା କିସ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ନଜରକୁ ଆସିବା ପରେ ସେ ଦାନଙ୍କ ତିନି ଝିଅଙ୍କୁ କିସ୍‍ରେ ରଖି ପାଠ ପଢ଼ାଇବାର ବନ୍ଦୋବସ୍ତ କରିଥଲେ ।

ରାଜ୍ୟ ଫଳାଫଳ ୯୭.୮୯ ପ୍ରତିଶତ ହୋଇଥିବା ବେଳେ କିସ୍‌ର ପାସ୍ ହାର ଶତ ପ୍ରତିଶତ ହୋଇଛି । ଚଳିତବର୍ଷ କିସ୍‌ର ମୋଟ ୧୯୦୦ ଛାତ୍ରଛାତ୍ରୀ ମାଟ୍ରିକ୍‍ ପରୀକ୍ଷା ଦେଇଥିଲେ । ଗଜପତି ଜିଲ୍ଲା ସଉରା ସଂପ୍ରଦାୟର ମୋହନ ଚରଣ ରଇତ ସର୍ବାଧିକ ୫୪୦ ନମ୍ବର ରଖି କିସ୍‍ ଟପ୍‌ର ହୋଇଛନ୍ତି । ଚଳିତବର୍ଷ ଡିଡାଇ, ଜୁଆଙ୍ଗ, ଖଡ଼ିଆ, କୁଟିଆ କନ୍ଧ, ଲୋଧା, ଲାଞ୍ଜିଆ ସଉରା ଓ ବଣ୍ଡା ଆଦି ଆଦିମ ଜନଜାତିର ୫୭୩ ଜଣ ଛାତ୍ରଛାତ୍ରୀ ସଫଳତା ହାସଲ କରିଛନ୍ତି ।

 

Leave A Reply

Your email address will not be published.