ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ । ଦ୍ଵିତୀୟ ଭୋଗ ମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଥିବା ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ଣ ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ଚାରିଘଣ୍ଟା ଦର୍ଶନ ବନ୍ଦ ରହିବ ।
ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ବନକଲାଗି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ଦର୍ଶନ ଆରମ୍ଭ ହେବ ।
Comments are closed.