Latest Odisha News

BREAKING NEWS

Banakalagi niti:ଆଜି ୪ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ:ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଚୈତ୍ର କୃଷ୍ଣ ଦ୍ୱିତୀୟା ତିଥି ଅବସରରେ ଏହି ଗୁପ୍ତ ନୀତି ସମ୍ପାଦନ କରାଯିବ। ଏଥିପାଇଁ ଆଜି ସନ୍ଧ୍ୟାରେ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବା ପରେ ପୁନର୍ବାର ସର୍ବସାଧାରଣ ଦର୍ଶନ ଅନୁଷ୍ଠିତ ହେବ ।

ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ବନକଲାଗି ନୀତି ଆରମ୍ଭ ହେବ। ଏହା ଗୁପ୍ତନୀତି ହୋଇଥିବାରୁ ଏହି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ସେବା, ଯାହାକୁ ଦତ୍ତମହାପାତ୍ର ସେବାୟତମାନେ ସମ୍ପାଦନ କରନ୍ତି। ଏହି ସମୟରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ଓ ଦେବୀ ସୁଭଦ୍ରାଙ୍କ ଶ୍ରୀମୁଖକୁ ପ୍ରାକୃତିକ ରଙ୍ଗରେ ଶୃଙ୍ଗାର କରାଯାଏ। ଏଥିପାଇଁ ହିଙ୍ଗୁଳ, ହରିତାଳ, ଶଙ୍ଖ, କେଶର, କର୍ପୂର ଓ କସ୍ତୁରୀ ଭଳି ପାରମ୍ପରିକ ସାମଗ୍ରୀ ବ୍ୟବହାର କରାଯାଏ।

Leave A Reply

Your email address will not be published.