Latest Odisha News

BREAKING NEWS

ଖୋଲା ବଜାରରେ ମିଳିବ କୋଭାକ୍ସିନ ଓ କୋଭିସିଲ୍ଡ ଆଣ୍ଟି: ଡିସିଜିଆଇ

ନୂଆଦିଲ୍ଲୀ: ଏବେ ଖୋଲା ବଜାରରେ ମିଳିବ କୋଭାକ୍ସିନ ଓ କୋଭିସିଲ୍ଡ ଆଣ୍ଟି କୋଭିଡ-୧୯ ଭ୍ୟାକ୍ସିନ୍ । ସେଥିପାଇଁ ଆଜି ଡିସିଜିଆଇ ଅନୁମତି ଦେଇଛନ୍ତି । ଗତବର୍ଷ ଜାନୁଆରୀ ୩ରେ ସେରମ ଦ୍ୱାରା ପ୍ରସ୍ତୁତ ଅକ୍ସଫୋର୍ଡର କୋଭିସିଲ୍ଡ ଓ ଭାରତ ବାୟୋଟେକର କୋଭାକ୍ସିନର ଜରୁରୀକାଳୀନ ବ୍ୟବହାର ଅନୁମତି ମିଳିଥିଲା । ଏହାପରେ ଜାନୁଆରୀ ୧୬ରୁ ଦେଶବ୍ୟାପୀ ଆରମ୍ଭ ହୋଇଥିଲା କୋଭିଡ୍ ଟିକାକରଣ ।

ଏଥିସହ ଘରୋଇ ମେଡିକାଲରେ କୋଭାକ୍ସିନ୍ ଡୋଜ୍ ପିଛା ୧୨୦୦ ଟଙ୍କା ରହିଥିବା ବେଳେ କୋଭିସିଲ୍ଡର ପ୍ରତି ଡୋଜ୍ ଦର ୭୮୦ ଟଙ୍କା ରହିଛି । ଏଥିସହ ଟିକା ଦେବାକୁ ଅତିରିକ୍ତ ୧୫୦ ଟଙ୍କା ଦେବାକୁ ପଡ଼ୁଛି ।

ସୂଚନା ଅନୁସାରେ, ଖୋଲା ବଜାରରେ କୋଭିସିଲ୍ଡ ଓ କୋଭାକ୍ସିନ୍ ଟିକାର ଡୋଜ୍ ପ୍ରତି ମୂଲ୍ୟ ୨୭୫ ଟଙ୍କା ରହିପାରେ । ପ୍ରତି ଡୋଜ୍ ପିଛା ସେବା ଶୁଳ୍କ ଭାବେ ୧୫୦ ଟଙ୍କା ଅତିରିକ୍ତ ଦେବାକୁ ପଡ଼ିବ ।

Comments are closed, but trackbacks and pingbacks are open.