Latest Odisha News

BREAKING NEWS

ପଥରରେ ଛେଚି ଯୁବକଙ୍କୁ ହତ୍ୟା, ମିଳିନି ମୃତକଙ୍କ ପରିଚୟ

ବରଗଡ: ବରଗଡ଼ରେ ଅଭାବନୀୟ କାଣ୍ଡ ଦେଖିବାକୁ ମିଳିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ଛେଚି ହତ୍ୟା କରାଯାଇଛି ।  ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବରଗଡ ଜିଲ୍ଲା ଟାଉନ୍ ଥାନା ଅନ୍ତର୍ଗତ ୱାର୍ଡ ନମ୍ବର ୫ ସାହାରାପଡା ଛକ ନିକଟରୁ ମୃତଦେହ ମିଳିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।

ଘଟଣାସ୍ଥଳରେ ଟାଉନ୍ ଥାନା ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଘଟଣାରେ ଜଣଙ୍କୁ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

Leave A Reply

Your email address will not be published.