Latest Odisha News

୨ ସହିଦ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ଓ ରାଜ୍ୟପାଳ

ଭୁବନେଶ୍ୱରେ: ପହଂଚିଳା ସହିଦଙ୍କ ପାର୍ଥିବ ଶରୀର । ଭୁବନେଶ୍ୱର ବିମାନ ବନ୍ଦରରେ ପହଂଚିଲା ଗଲୱାନା ଘାଟିରେ ସହିଦ ହୋଇଥିବା ୨ ଓଡ଼ିଆ ଯବାନଙ୍କ ପାର୍ଥିବ ଶରୀର । ସ୍ୱତନ୍ତ୍ର ବିମାନ ଯୋଗେ ଦୁଇ ଓଡ଼ିଆ ଯବାନ କନ୍ଧମାଳ ରାଇକିଆର ସହିଦ ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୁରଭଞ୍ଜ ରାଇରଙ୍ଗପୁର ନନ୍ଦୁରାମ ସୋରେନଙ୍କ ମରଶରୀର ଆସି ପହଞ୍ଚିଛି ।

ଏହାପରେ ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଂଚି ସହିଦଙ୍କୁ ଶ୍ରଦ୍ଧାଂଜଳି ଦେଇଛନ୍ତି । ଏଥିସହ ରାଜ୍ୟପାଳ ଗଣେଶିଲାଲ, କନ୍ଧମାଳ ସାଂସଦ ଅଚ୍ୟୁତ ସାମନ୍ତରାୟ, ଏବଂ ନେତା ମନ୍ତ୍ରୀ ପହଂଚି ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି । ଦୁଇ ସହିଦ ଯବାନଙ୍କୁ ଗାର୍ଡ ଅଫ୍ ଅନରରେ ସମ୍ମାନିତ କରାଯାଇଛି । ଶେଷ ଦର୍ଶନ ପାଇଁ ବିମାନବନ୍ଦରରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିଛନ୍ତି।

ସହିଦଙ୍କ ମରଶରୀରରେ ଶ୍ରଦ୍ଧାଞ୍ଜଳି ଦିଆଯିବା ପରେ ଏହା କନ୍ଧମାଳ ଓ ମୟୂରଭଂଜ ଅଭିମୁଖେ ଯିବ ଜନ୍ମମାଟିିରେ ମରଶରୀର ପହଞ୍ଚିବା ପରେ ସହିଦ ଯବାନଙ୍କୁ ପରିବାର ଓ ବନ୍ଧୁବର୍ଗ, ଗ୍ରାମବାସୀ ତଥା ସ୍ଥାନୀୟ ଅଞ୍ଚଳର ଲୋକେ ଶ୍ରଦ୍ଧାଞ୍ଜଳି ଦେବେ। ଏହା ପରେ ଗାଁ ମଶାଣିରେ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସହିଦ୍‌ ଯବାନମାନଙ୍କର ଶେଷକୃତ୍ୟ ସଂପନ୍ନ ହେବ।

ଗଲଓ୍ଵାନ ଘାଟିରେ ଚଳିତ ମାସ ୧୫ ଓ ୧୬ ତାରିଖ ରାତିରେ ୨୦ ଜଣ ଭାରତୀୟ ଯବାନ ସହିଦ ହୋଇଥିଲେ। ଏଥିରେ ଓଡ଼ିଶାରୁ କନ୍ଧମାଳ ଜିଲ୍ଲାର ରାଇକିଆ ବ୍ଲକ୍‌ ବିଅରପାଙ୍ଗା ଗ୍ରାମର ଚନ୍ଦ୍ରକାନ୍ତ ପ୍ରଧାନ ଓ ମୟୂରଭଂଜ ଜିଲ୍ଲାର ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ବଡଚମ୍ପାଉଦା ଗ୍ରାମର ନନ୍ଦୁରାମ ସୋରେନ ସାମିଲ ଥିଲେ।

Comments are closed.