ବ୍ରହ୍ମପୁର: ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ଜଗନ୍ନାଥପ୍ରସାଦ ରାସ୍ତାର ରଙ୍ଗଣିପାଟଣା ଗାଁ ନିକଟରେ ଗୁରୁବାର ଜଣେ ଯୁବକଙ୍କ ଗୁପ୍ତାଙ୍ଗ କଟା କ୍ଷତାକ୍ତ ଶବକୁ ପୋଲିସ ଜବତ କରିଛି। ମୃତକ ଜଣକ ହେଲେ ବୁଗୁଡ଼ାର ସନ୍ତୋଷ କୁମାର ସାହୁ। ତାଙ୍କର ହାତ ଏବଂ ଗୁପ୍ତାଙ୍ଗକୁ ଧାରୁଆ ଅସ୍ତ୍ରରେ କଟାଯାଇଛି। ଘଟଣା ସ୍ଥଳରେ ତାଙ୍କର ମୋବାଇଲ ଓ ପୋଷାକ ମଧ୍ୟ ମିଳିଛି। ଖବର ପାଇ ବେଲଗୁଣ୍ଠା ଥାନା ପୋଲିସ ଘଟଣାସ୍ଥଳରେ ଶବ ଜବତ କରିଥିଲା। ପରିପାର୍ଶ୍ବିକ ସ୍ଥିତିରୁ ଏହା ଏକ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ସୂଚନା ପ୍ରକାରେ ସନ୍ତୋଷ ବୁଗୁଡ଼ାରେ ଏକ ଫାଷ୍ଟଫୁଡ୍ ଦୋକାନ କରିଥିଲେ। ସେ ଦଶହରା ପାଇଁ ଭଉଣୀ ଘର ବେଲଗୁଣ୍ଠାକୁ ଯାଇଥିଲେ। ତେବେ ଦିନ ତମାମ ତାଙ୍କର ମୋବାଇଲ ସୁଇଚ୍ ଅଫ୍ ଥିବାରୁ ପରିବାର ଲୋକେ ନାନା ଆଶଙ୍କାରେ ରହିଥିଲେ । ରଙ୍ଗଣୀପାଟଣା ସ୍କୁଲ ବାରଣ୍ଡାରେ ତାଙ୍କ ଶବ ପଡ଼ିଥିବା ପରିବାର ଲୋକେ ଜାଣିବାକୁ ପାଇଥିଲେ । ଏନେଇ ବେଲଗୁଣ୍ଠା ଥାନାରେ ଏକ ମାମଲା ରୁଜୁ କରାଯିବା ସହିତ ଶବ ବ୍ୟବଚ୍ଛେଦ ପାଇଁ ଭଞ୍ଜନଗର ମେଡ଼ିକାଲକୁ ପଠାଯାଇଛି।
BREAKING NEWS
- ରଣଜୀ ଟ୍ରଫି: ମୁମ୍ବାଇ ଦଳକୁ ଫେରିବେ ସୂର୍ୟ୍ୟକୁମାର ; ଆହତ କାରଣରୁ ଶାର୍ଦ୍ଦୁଳ ଠାକୁର ବାଦ୍
- ‘ଅପ୍ଟୋଜେନେଟିକ୍ସ’ ଆବିଷ୍କାର ପାଇଁ ମେଡିସିନ୍ କ୍ଷେତ୍ରରେ ୩ ବୈଜ୍ଞାନିକଙ୍କୁ ନୋବେଲ ପୁରସ୍କାର
- ରାଜ୍ୟସଭା ନିର୍ବାଚନ: ଉତ୍ତର ପ୍ରଦେଶରୁ ହରଦୀପ ସିଂହ ପୁରୀ ଓ ବିଏଲ ବର୍ମାଙ୍କ ସହ ୮ ଜଣଙ୍କୁ ବାଦ୍ ଦେଲା ବିଜେପି
- Imran Khan’s release protest:ଇମ୍ରାନଙ୍କ ମୁକ୍ତି ଦାବିରେ ବିକ୍ଷୋଭ ତୀବ୍ର; ଇସଲାମାବାଦରେ ଧାରା ୧୪୪ ଲାଗୁ, ୨,୦୦୦ କର୍ମୀ ଗିରଫ
- ଲାଞ୍ଚ ନେଇ ଫସିଲେ ଆରଆଇ, ପ୍ରମାଣପତ୍ର ପାଇଁ ୫ ହଜାର…
- ଜିରା ପାଉଡର ନା କୀଟନାଶକ; ଏଭରେଷ୍ଟର ଏହି ଉତ୍ପାଦ ଉପରେ ରୋକ୍ ଲଗାଇଲା FSSAI
- ନାଇଡୁ କମିଶନ ଫାଇଲ୍ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ
- CECଙ୍କୁ ହଟାଇବା ଅନ୍ତରୀଣ ନିର୍ଦ୍ଦେଶ ଦେବାକୁ ମନା କଲେ ସୁପ୍ରିମକୋର୍ଟ
- ଋଷରେ ପ୍ଲେଗ୍ ଆତଙ୍କ; କ୍ବାରେଣ୍ଟାଇନରେ ରହିଲେ ଶତାଧିକ ବ୍ୟକ୍ତି
- ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଛେଦ; ୧୫ରେ ଛାତ୍ର ସଂସଦ ନିର୍ବାଚନ

Comments are closed.