Latest Odisha News

BREAKING NEWS

ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ଯୁବକଙ୍କ ମୃତଦେହ ଉଦ୍ଧାର

ଗଜପତି: ପାରଳାଖେମୁଣ୍ଡି ସ୍ଥିତ ମହେନ୍ଦ୍ର ତନୟା ନଦୀରୁ ଅଚିହ୍ନା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ଆଜି ସକାଳେ କିଛି ଲୋକେ ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ନଦୀରେ ଏଖ ମୃତଦେହ ଭାସୁଥିବା ଦେଖିଥିଲେ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚିଥିଲା ପୋଲିସ ।

ପରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ପହଞ୍ଚି ନଦୀ ଭିତରୁ ମୃତଦେହକୁ ଉଦ୍ଧାର କରିଥିଲେ । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପାରଳାଖେମୁଣ୍ଡି ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି ।

ମୃତକଙ୍କ ପରିଚୟ ମିଳି ନାହିଁ । ସେ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା ପରେ ନଦୀରେ ଫିଙ୍ଗି ଦିଆଯାଇଛି ସେନେଇ ତଦନ୍ତ କରୁଛି ପୋଲିସ । ପୋଷ୍ଟମର୍ଟମ ରିପୋର୍ଟକୁ ଅପେକ୍ଷା ରହିଛି ।

Leave A Reply

Your email address will not be published.