Latest Odisha News

BREAKING NEWS

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀରେ ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି କଥା…

ଭୁବନେଶ୍ୱର: ଓଡ଼ିଶା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ହେଉଛି ଶ୍ରାଦ୍ଧ ବାର୍ଷିକ । ଏହି ଅବସରରେ ଆସନ୍ତୁ ଜାଣିବା ଏହି ମହାନ ଜନନାୟକଙ୍କ ସମ୍ପର୍କରେ କିଛି କଥା…

ରାଜ୍ୟ ତଥା ଦେଶରେ ବିଜୁ ପଟ୍ଟନାୟକଙ୍କ ନାମରେ ପରିଚିତ ଥିବା ବିଜୁ ବାବୁଙ୍କ ପ୍ରକୃତ ନାମ ହେଉଛି ବିଜୟାନନ୍ଦ ପଟ୍ଟନାୟକ ।

ପିତା ଲକ୍ଷ୍ମୀନାରାୟଣ ପଟ୍ଟନାୟକ ଓ ମାତା ଆଶାଲତା ପଟ୍ଟନାୟକଙ୍କ କୋଳରେ ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ ଦିନ କଟକର ତୁଳସୀପୁରଠାରେ ତୃତୀୟ ସନ୍ତାନ ଭାବେ ଜନ୍ମ ନେଇଥିଲେ ବିଜୁ ବାବୁ। ସେ ରେଭେନ୍ସା କଲେଜିଏଟ ସ୍କୁଲ, କଟକଠାରେ ସ୍କୁଲଶିକ୍ଷା ଲାଭ କରିବା ପରେ ରେଭେନ୍ସା କଲେଜରେ ବିଜ୍ଞାନ ପଢିଥିଲେ ।

ପାଠପଢା ଜୀବନରେ ସେ ଖେଳ ପ୍ରତି ଭାରି ଇଚ୍ଛୁକ ଥିଲେ ଓ ବିଶ୍ୱବିଦ୍ୟାଳୟ ଫୁଟବଲ ଓ ଦଳର କ୍ୟାପଟେନ ରହିଆସିଥିଲେ ।

ତାହା ପରେ ସେ ଦିଲ୍ଲୀର ଏରୋନଟିକ୍ସ ଟ୍ରେନିଂ ଶିକ୍ଷାନୁଷ୍ଠାନରେ ବିମାନ ଉଡାଣ ଶିକ୍ଷାରେ ଯୋଗଦେଇଥିଲେ ।

୧୯୯୦ ମସିହା ମାର୍ଚ୍ଚ ମାସ ୫ ତାରିଖରୁ ୧୯୯୫ ମସିହା ମାର୍ଚ୍ଚ ୧୫ ଯାଏ ଓ ୧୯୬୧ ମସିହା ଜୁନ ୨୩ରୁ ୧୯୬୩ ମସିହା ଅକ୍ଟୋବର ୨ ଯାଏ ସେ ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ।

ବିଜୁ ପଟ୍ଟନାୟକ ପତ୍ନୀ ଜ୍ଞାନ ପଟ୍ଟନାୟକଙ୍କୁ ୧୯୩୮ ମସିହାରେ ବିବାହ କରିଥିଲେ । ତାଙ୍କ ପୁଅ ନବୀନ ପଟ୍ଟନାୟକ ଓଡ଼ିଶାର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି । ତାଙ୍କ ଝିଅ ଗୀତା ମେହେଟା ଜଣେ ଲେଖିକା । ତାଙ୍କର ବଡ଼ ପୁଅ ପ୍ରେମ ପଟ୍ଟନାୟକ ଦିଲ୍ଲୀରେ ଜଣେ ବ୍ୟବସାୟୀ ଭାବରେ ଅବସ୍ଥାପିତ ।

ଦିଲ୍ଲୀରୁ ବିମାନ ଉଡ଼ାଣ ଶିକ୍ଷା ସମାପ୍ତ କରି ସେ ଇଣ୍ଡିଆନ ଏୟାର‌ୱେଜରେ ପାଇଲଟ ଭାବରେ ଚାକିରି କରିଥିଲେ । ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ ଆଦିଙ୍କୁ ଡଚମାନଙ୍କଠାରୁ ଉଦ୍ଧାର କରିଥିଲେ । ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ “ଭୂମିପୁତ୍ର” ସମ୍ମାନରେ ସମ୍ମାନୀତ କରାଯାଇଥିଲା ।

ଏହି ସମ୍ମାନ ସହ, ପୁରସ୍କାର ସ୍ୱରୂପ ମିଳିଥିବା କୋଟି କୋଟି ଟଙ୍କା ସେ ଇଣ୍ଡୋନେସିଆର ଜନସାଧାରଣଙ୍କ ପାଇଁ ଉତ୍ସର୍ଗ କରିଦେଇଥିଲେ ।

ବିଜୁ ପଟ୍ଟନାୟକ ଚଳାଉଥିବା ଡାକୋଟା ବିମାନ ୨୦-୨୪ ଫେବୃୟାରୀ ୨୦୧୯ ମସିହାରେ ଅନୁଷ୍ଟିତ ଏୟାର ଶୋ’ରେ ପ୍ରଦର୍ଶିତ ହୋଇଥିଲା ।

Leave A Reply

Your email address will not be published.