Latest Odisha News

BREAKING NEWS

ରଥଟଣା ବେଳେ ଅଘଟଣ: ମିଳିଲା ମୃତ ବ୍ୟକ୍ତିଙ୍କ ପରିଚୟ, ଅନୁକମ୍ପା ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୀ: ରଥଟଣା ବେଳେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପରିଚୟ ମିଳିଛି। ମୃତକ ବଲାଙ୍ଗୀର ଜିଲ୍ଲା ସଇଁତଳା ବ୍ଳକର ଲଳିତ ବଗର୍ତ୍ତୀ ବୋଲି ଜଣାପଡ଼ିଛି।ମୃତ ବ୍ୟକ୍ତିଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ୪ ଲକ୍ଷ ଟଙ୍କାର ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏଥିରେ ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରି ପରଲୋକଗତ ଆତ୍ମାର ସଦଗତି କାମନା କରିବା ସହିତ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପାଇଁ ସମବେଦନା ପ୍ରକାଶ କରିଛନ୍ତି।

 

ସଂପୃକ୍ତ ବ୍ୟକ୍ତିଙ୍କର ହୃଦଘାତ ହୋଇନଥିଲା ଏବଂ ବରଂ ତାଙ୍କ ନାଡି ସକ୍ରିୟ ଥିଲା। ତାଙ୍କୁ ତୁରନ୍ତ ଆମ୍ବୁଲାନ୍ସରେ ଡାକ୍ତରଖାନା ନେଇଥିଲୁ ଏବଂ ତାଙ୍କୁ ସିପିଆର ଦେଇଥିଲୁ। ଏହାପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ଆତ୍ମାକୁ ଶାନ୍ତି ମିଳୁ ବୋଲି ସେଣ୍ଟ ଜନ୍ ଆମ୍ବୁଲାନ୍ସ ସେବାର ଆସିଷ୍ଟାଣ୍ଟ କମାଣ୍ଡାଣ୍ଟ ସୁଶାନ୍ତ କୁମାର ପଟ୍ଟନାୟକ କହିଛନ୍ତି।

ଏହି ଘଟଣାକୁ ନେଇ ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ସେ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ବିଜେଡି ନେତା ତଥା ପୁରୀ ବିଧାୟକ ସୁନୀଲ ମହାନ୍ତି ଏବଂ ଦଳର ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ ମଧ୍ୟ ହସ୍ପିଟାଲ ଯାଇ ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଏବଂ ଆହତଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

Comments are closed.