ଭୁବନେଶ୍ୱର: କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣା ଅଞ୍ଚଳରେ ସଡକ ଦୁର୍ଘଟଣା ମାମଲା। ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା। ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ।
ସୂଚନା ଅନୁସାରେ ଆଜି ସକାଳୁ ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା। ଦୁର୍ଘଟଣାରେ ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ଗୁରୁତରଙ୍କୁ ଏସସିବି ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ପିସିଆର ଗାଡିଟି CRRI ଥାନାରେ ନିୟୋଜିତ ଥିଲା। ଟ୍ରକ ଡ୍ରାଇଭରକୁ ଅଟକ ରଖି ପୋଲିସ ଛାନଭିନ୍ ଚଳାଇଛି।
Comments are closed.