ପୁରୀ: ସଙ୍ଗୀତ ଦୁନିଆର ଲୋକପ୍ରିୟ ବାଦ୍ୟଗୁରୁ ପ୍ରଫେସର ପଣ୍ଡିତ ଉମେଶ ଚନ୍ଦ୍ର କରଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । ଦୋଳମଣ୍ଡପ ସାହିରେ ବାଦ୍ୟଗୁରୁ କ୍ଷେତ୍ରମୋହନ କରଙ୍କ ପୁତ୍ର ତଥା ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ଭାଇ ସ୍ୱର୍ଗତଃ ଉମେଶ କରଙ୍କୁ ଶେଷ କୃତ୍ୟୁ ସ୍ୱର୍ଗଦ୍ୱାରରେ ସମ୍ପନ୍ନ କରାଯାଇଥିଲା । ସେଠାରେ ସରକାରଙ୍କ ପକ୍ଷରୁ ତାଙ୍କୁ ଗାର୍ଡ ଅଫ ହନର ପ୍ରଦାନ କରାଯାଇଥିଲା । ପୁତ୍ର ଅନୀଷ କୁମାର ମୁଖାଗ୍ନି ଦେଇଥିଲେ । ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାପାତ୍ର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ମିହିର ପ୍ରସାଦ ପଣ୍ଡା, ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ସଂସ୍କୃତି ଅଧିକାରୀ ହେମନ୍ତ ବେହେରା ପ୍ରମୁଖ ଯୋଗ ଦେଇ ମାଲ୍ୟାର୍ପଣ କରିଥିଲେ । ସଙ୍ଗୀତ ଜଗତର ରଙ୍କନିଧି ପ୍ରଧାନ, ସୂର୍ଯ୍ୟ ଦିପ୍ତ କର, ସୂର୍ଯ୍ୟ ସ୍ନାତ କର, ବିନୋଦ ରାଉତ, ସମରେନ୍ଦ୍ର ନାୟକ, ତାପସ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ ।
BREAKING NEWS
- ରହିବନି କୋଟା ଓ ଆରଏସି; ବନ୍ଦେ ଭାରତ ସ୍ଲିପର ଟ୍ରେନରେ ମିଳିବ ଏହି ସୁବିଧା…
- କଳିଙ୍ଗା ଘାଟିରେ ‘ସତର୍କ ସୂଚନା ଘଣ୍ଟି’ ଉଦ୍ଘାଟିତ
- କୋହଲି ଅହଙ୍କାରୀ କି ନୁହେଁ କହିଲେ ସାଥୀ ଖେଳାଳି
- କୋର୍ଟକୁ ଆସିଲେନି ପିୟୂଷ
- ୬୯ତମ ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶା ରନର୍ସଅପ୍
- ରୋଗୀ ମୃତ୍ୟୁ ପରେ ମେଡିକାଲରେ ହାଇଡ୍ରାମା
- ବାପାଙ୍କ ସମର୍ଥନରେ ବାହାରିଲେ ସୋଫିଆ
- ୨୦୦କୁ ବଢିପାରେ ବିଧାନସଭା ସିଟ୍ ସଂଖ୍ୟା
- ଜମ୍ମୁରେ ଆତଙ୍କବାଦୀଙ୍କ ସାଟେଲାଇଟ୍ ଯୋଗାଯୋଗ ଟ୍ରାକ୍; ଭାରତୀୟ ସେନାର ସର୍ଚ୍ଚ ଅପରେସନ୍ ଆରମ୍ଭ
- Accident Rate: ବର୍ଷକୁ ଦେଶରେ ଘଟୁଛି ୫ ଲକ୍ଷ ଦୁର୍ଘଟଣା, ରାଜ୍ୟରେ ଜାଣନ୍ତୁ କେତେ…
Comments are closed.