Latest Odisha News

ଚିକିଟି ମଦ ମୃତ୍ୟୁ: ପୁଣି ଗଲା ଆଉ ଏକ ଜୀବନ

ବ୍ରହ୍ମପୁର: ଚିକିଟି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ଆଉ ଜଣଙ୍କ ଜୀବନ ଯାଇଛି । ଏଥିସହିତ ଚିକିଟି ବିଷାକ୍ତ ମଦ ମୃତ୍ୟୁ ସଂଖ୍ୟା ୩କୁ ବୃଦ୍ଧି ପାଇଛି । ଚିକିଟି ବିଷାକ୍ତ ମଦ ପିଇ ୧୬ ଜଣ ଅସୁସ୍ଥ ହୋଇଥିବା ଘଟଣାରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି ।  ବ୍ରହ୍ମପୁର ଏମକେସିଜି ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ଆଉ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ମୃତକ ଜଣଙ୍କ ପରିଚୟ ମିଳିପାରିନାହିଁ ।

ସୂଚନାଯୋଗ୍ୟ, ଚିକିଟିରେ ବିଷାକ୍ତ ମଦ ପିଇ ୧୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ଏଯାବତ ଗଲାଣି ୩ ଜଣଙ୍କର ଜୀବନ । ସେମାନଙ୍କ ମଧ୍ୟରୁ ୧୪ ଜଣ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲରେ ଭର୍ତ୍ତି ହୋଇଥିବା ବେଳେ ଆଇସିୟୁରେ ୨ ଜଣ ଭର୍ତ୍ତି ହୋଇଥିଲେ। ପୂର୍ବରୁ ଆଇସିୟୁରେ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ଓ ସାଧାରଣ ଓ୍ବାର୍ଡରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେ ବ୍ରହ୍ମପୁରସ୍ଥିତ ଏମକେସିଜି ମେଡିକାଲରେ ଆଇସିୟୁରେ ଥିବା ଅନ୍ୟଜଣଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ଆଉ ୪ ଜଣ ଏମକେସିଜିରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି ।

ଅନ୍ୟପକ୍ଷରେ ଏହି ଘଟଣାରେ ପୁଲିସ୍‌ ମଦ ମାଫିଆ ସୁରେନ୍ଦ୍ର ମଲ୍ଲିକ ସହଯୋଗୀ ନିରଞ୍ଜନ ମଲ୍ଲିକଙ୍କ ସମେତ ୭ ଜଣଙ୍କୁ ଗିରଫ କରିଛି । ଏହା ପରେ ମନ ଭାଟି ଗୁଡିକରେ ଚଢାଉ ଜାରି ରଖିଛି । ଏଥିସହିତ ସରକାର ନୂଆ ଅବକାରୀ ନୀତି ମଧ୍ୟ ଲାଗୁ କରିଛନ୍ତି ।

Comments are closed.