ପୁରୀ: ସ୍ନାନ ମଣ୍ଡପରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତୀ । ଆଜି ଦେବାସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେଉଛି ମହାପ୍ରଭୁଙ୍କ ସ୍ନାନଯାତ୍ରା । ଏଥିପାଇଁ ବଡ଼ଦେଉଳରୁ ସ୍ନାନ ମଣ୍ଡପକୁ ଓହ୍ଲାଇଛନ୍ତି ବଡ଼ ଠାକୁର ପ୍ରଭୁ ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା, ଶ୍ରୀଜଗନ୍ନାଥ ଓ ଶ୍ରୀସୁଦର୍ଶନ । ଧାଡ଼ି ପହଣ୍ଡିରେ ରତ୍ନ ସିଂହାସନରୁ ବାହାରି ଆସିଥିଲେ ମହାପ୍ରଭୁ । ପ୍ରଥମେ ଚକ୍ରରାଜ ସୁଦର୍ଶନ, ପରେ ପରେ ପ୍ରଭୁ ଶ୍ରୀବଳଭଦ୍ର, ତାଙ୍କ ପଛକୁ ଦେବୀ ସୁଭଦ୍ରା ଓ ଶେଷ ଆସିଥିଲେ ଶ୍ରୀଜଗନ୍ନାଥ ।
ଏହାପରେ ସ୍ନାନମଣ୍ଡପରେ ମହାପ୍ରଭୁଙ୍କ ନୀତିକାନ୍ତ କରାଯାଉଛି । ଏହାପରେ ସୁବର୍ଣ୍ଣ କୂଅରୁ ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସାଢ଼େ ୧୦ଟାରେ ଛେରା ପହଁରା ପାଇଁ ସମୟ ଧାର୍ଯ୍ୟ ହୋଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ବି ଛେରାପହଁରା ପାଇଁ ଆସିବେନି ଗଜପତି ମହାରାଜା । ତାଙ୍କ ପ୍ରତିନିଧି ମୁଦିରସ୍ତ ପରମ୍ପରା ରକ୍ଷା କରିବେ । ମଧ୍ୟାହ୍ନ ୧୧ଟାରୁ ୧୨ଟା ଭିତରେ ଅନୁଷ୍ଠିତ ହେବ ଦୁର୍ଲଭ ଗଜାନନ ବେଶ । ସନ୍ଧ୍ୟା ୫ଟାରୁ ୮ଟା ଭିତରେ ବାହୁଡ଼ା ପହଣ୍ଡି ପାଇଁ ସମୟ ଧାର୍ଯ୍ୟ ହୋଇଛି ।
କରୋନା ଭକ୍ତ ଓ ଭଗବାନଙ୍କ ଭିତରେ ଲକ୍ଷ୍ମଣରେଖା ଟାଣିଛି । ଏଥର ବି ବିନା ଭକ୍ତରେ ସ୍ନାନଯାତ୍ରା ହେଉଛି । ବଡ଼ ଦେଉଳରୁ ବାହାରି ଆସିଛନ୍ତି ଶ୍ରୀଜିଉ । କିନ୍ତୁ ବଡ଼ଦାଣ୍ଡ ଖାଁ ଖାଁ । ପ୍ରଶାସନ କରୋନା ଯୋଗୁ କଟକଣା ଜାରି କରିଛି । ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସ୍ନାନ ପରେ ଜ୍ୱରରେ ପୀଡ଼ିତ ଶ୍ରୀଜିଉ ଅଣସର ବିଜେ କରିବେ । ସେଠାରେ ଦଇତାପତି ସେବାୟତ ମହାପ୍ରଭୁଙ୍କର ଗୁପ୍ତ ସେବା କରିବେ । ଏହି ସମୟରେ ଶ୍ରୀମନ୍ଦିରରେ ପୂଜା ପାଇବେ ପଟି ଦିଅଁ ।
BREAKING NEWS
- ‘ଭିବି ଜି ରାମ ଜି’ ବିଲ୍ର ଲକ୍ଷ୍ୟ ବିକଶିତ ଭାରତ ଗଠନ: ମୁଖ୍ୟମନ୍ତ୍ରୀ
- ଡାକ୍ତରଙ୍କ ଆନ୍ଦୋଳନ ରୋକିବାକୁ ସରକାରଙ୍କ ବଡ଼ ପଦକ୍ଷେପ, ଏସ୍ମା ଲାଗୁ କଲେ
- ବିିସିସିଆଇ ସହ ବିବାଦ: ବିସିବି ସହ ଆଲୋଚନା କରିବ ଆଇସିସି
- ରାୟଗଡ଼ାରେ ୪ ଛାତ୍ର ପୋଡ଼ିଯିବା ଘଟଣା; ଶିକ୍ଷକଙ୍କ ଦରମା ବନ୍ଦ
- ଚର୍ଚ୍ଚାର କାରଣ ସାଜିଛି କୋହଲିଙ୍କୁ ନେଇ ମଂଜ୍ରେକରଙ୍କ ବୟାନ
- ବରମୁଣ୍ଡା ବସ୍ ଟର୍ମିନାଲରୁ ପରିଚାଳିତ ହେବ ଆଇଟି କମ୍ପାନୀ: ମନ୍ତ୍ରୀ
- ଆସିଲା ନୂଆ ନିୟମ, ବୀମା ଓ PUCC ନଥିଲେ ହେବନି FASTag ରିଚାର୍ଜ
- ବିଜୟ ହଜାରେ ଟ୍ରଫି: ଗୁଜରାଟ ନିକଟରୁ ଶୋଚନୀୟ ଭାବେ ହାରିଲା ଓଡିଶା
- ଆରଟିଆଇ ଆବେଦନକାରୀଙ୍କ ଲାଞ୍ଚ ଦାବି ଅଭିଯୋଗ; ପୋଲିସ ତଦନ୍ତ ପାଇଁ ଓଡିଶା ସୂଚନା କମିଶନଙ୍କ ନିର୍ଦ୍ଦେଶ
- ପ୍ରଦୂଷଣ ପାଇଁ ଟ୍ୱିନସିଟିରେ କଟକଣା; ସନ୍ଧ୍ୟା ୬ରୁ ନିର୍ମାଣ କାମ ବନ୍ଦ
Comments are closed.