ଭୁବନେଶ୍ବର : ବାତ୍ୟାରେ ପରିଣତ ହେଲା ଗଭୀର ଅବପାତ । ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଗଭୀରତ ଅବପାତ ବାତ୍ୟାର ରୂପ ନେଇଛି । ଏଥିପାଇଁ ଉତ୍ତର ଆନ୍ଧ୍ରପ୍ରଦେଶ ସହ ଦକ୍ଷିଣ ଓଡ଼ିଶାର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ବାତ୍ୟା ଗୁଲାବ ଘଣ୍ଟାପ୍ରତି ୭ କିଲୋମିଟର ବେଗରେ ପଶ୍ଚିମ ଦିଗରେ ଗତି କରୁଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
#OrangeMessageCyclone: warning for north Andhra Pradesh and adjoining south Odisha coasts –
Deep Depression intensified into #Cyclonic #Storm ‘#Gulab’ (pronounced as #Gul–#Aab) over Northwest & adjoining west-central Bay of Bengal: pic.twitter.com/VzYqL7cppL— Meteorological Centre, Bhubaneswar (@mcbbsr) September 25, 2021
ବାତ୍ୟା ‘ଗୁଲାବ’ ଏବେ ଗୋପାଳପୁର ଠାରୁ ୩୭୦ କିଲୋମିଟର ଦୂରରେ ରହିଛି । ସେହିଭଳି ଆନ୍ଧ୍ରର କଳିଙ୍ଗପଟ୍ଟନମ ଠାରୁ ୪୪୦ କିଲୋମିଟର ଦୂରରେ ରହିଛି । ଆସନ୍ତାକାଲି ସଂଧ୍ୟାରେ ସ୍ଥଳଭାଗ ଛୁଇଁବ ବାତ୍ୟା ଗୁଲାବ । କଳିଙ୍ଗପଟ୍ଟନମ ଓ ଗୋପାଳପୁର ମଧ୍ୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
Comments are closed.