Latest Odisha News

BREAKING NEWS

ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ : ପ୍ରବଳ ବର୍ଷା ନେଇ ନେଇ ଆଲର୍ଟ ଜାରି

ଭୁବନେଶ୍ୱର:  ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରି ୧୨ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଅବପାତର ରୂପ ନେବ । ଆସନ୍ତାକାଲି ସଂଧ୍ୟା ସଂଧ୍ୟା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେଇପାରେ । ଉତ୍ତର-ପଶ୍ଚିମ ଦିଗରେ ଗତି କରି ୧୦ ତାରିଖ ବେଳକୁ ଉତ୍ତର ଆନ୍ଧ୍ର ଓ ଓଡ଼ିଶା ଉପକୂଳର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ପହଞ୍ଚିବ । ୧୦ ତାରିଖରେ ପ୍ରବଳ ବର୍ଷା ନେଇ ଗଂଜାମ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

କେନ୍ଦ୍ରୀୟ ବଙ୍ଗୋପସାଗରରେ ୯ ତାରିଖରେ ଘଣ୍ଟା ପ୍ରତି ୬୫ରୁ ୭୫ କିମି ବେଗରେ ପବନ ବହିବ । ୧୦ତାରିଖ ବେଳକୁ ପବନର ବେଗ ବଢ଼ି ୭୦ରୁ ୮୦ କିମି ଓ ଝଟକା ପବନ ଘଣ୍ଟାକୁ ୯୦କିମି ରହିବ । ତେଣୁ ଗଭୀର ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ତେବେ ବାତ୍ୟା ଏତେଟା ଶକ୍ତିଶାଳୀ ହେବନାହିଁ ବୋଲି ପାଣିପାଗ ବିଶେଷଜ୍ଞ ଆକଳନ କରିଛନ୍ତି ।

ଯଦି ଓଡିଶା ଉପକୂଳ ଦେଇ ଏହା ଗତି କରେ କିମ୍ବା ଓଡିଶାରେ ଲ୍ୟାଣ୍ଡଫଲ୍ କରେ, ସେତେବେଳେ ଏହା ଦୁର୍ବଳ ହୋଇଯାଇଥିବ । ଏବେ କାଳବୈଶାଖୀ ପ୍ରଭାବରେ ଜଳବାୟୁ ଥଣ୍ଡା ରହୁଛି । ବାତ୍ୟା ଶକ୍ତିଶାଳୀ ହେବା ପାଇଁ ଯେଉଁ ଉଷ୍ଣତା ଆବଶ୍ୟକ ତାହା କମିଛି । ତେଣୁ ଓଡିଶା ଉପକୂଳ ପାଖେଇବା ସମୟରେ ଏହା ଦୁର୍ବଳ ହୋଇ କେବଳ ଲଘୁଚାପ ହୋଇ ରହିଯିବ ।

ତେବେ ଲଘୁଚାପ ପ୍ରଭାବରେ ୯ ତାରିଖ ରାତିରୁ ରାଜ୍ୟରେ ବର୍ଷା ହେବ । ପ୍ରଥମେ ଦକ୍ଷିଣ ଓଡ଼ିଶା ଓ ୧୦ ତାରିଖରେ ଉପକୂଳରେ ବର୍ଷା ହେବ । ଏହାର ପ୍ରଭାବରେ ଜଳୀୟବାଷ୍ପ ବାୟୁମଣ୍ଡଳକୁ ଆସିବ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

 

Comments are closed.