Latest Odisha News

ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ, ୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ଵର: ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ । ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି ଅବପାତ । ଆସନ୍ତା ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ ଅବପାତ । ପ୍ରଭାବରେ ଆଜି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅନ୍ୟପଟେ ମୟୁରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସ୍କୁଲ କଲେଜ, ଅଙ୍ଗନବାଡ଼ି କେନ୍ଦ୍ରକୁ ବନ୍ଦ ରଖାଯାଇଛି । ଏଥିସହ ଜିଲ୍ଲାରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି । ବର୍ଷା ସମୟରେ ଘଣ୍ଟାପ୍ରତି ୪୦ ରୁ ୫୦କିଲୋମିଟର ବେଗରେ ବହିବ ପବନ। ଆଜି ଠାରୁ ୧୫ ତାରିଖ ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ମନା ରହିଛି ।

Comments are closed.