Latest Odisha News

BREAKING NEWS

ଆସନ୍ତା ୧୬ ଓ ୧୭ରୁ ସାରା ରାଜ୍ୟରେ ଲଗାଣ ବର୍ଷା ଆଶଙ୍କା

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତରେ ପରିଣତ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଘୂର୍ଣ୍ଣିଝଡ଼ର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଏହି ଅବପାତ ତାମିଲନାଡୁର ଚେନ୍ନାଇ ଉପକୂଳଠାରୁ (୯୩୦ କିମି.), ଆନ୍ଧ୍ରପ୍ରଦେଶର ମଚ୍ଛଲିପଟ୍ଟନମ୍ ଠାରୁ (୧୦୯୦ କିମି.) ଦୂରରେ କେନ୍ଦ୍ରୀଭୂତ ହୋଇଛି।

ଏହା ପ୍ରଭାବରେ ଆସନ୍ତା ୧୬ ତାରିଖ ବେଳକୁ ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି ।

ଅନ୍ୟପକ୍ଷରେ ଡିସେମ୍ବର ୧୭ ତାରିଖ ବେଳକୁ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି ।

ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସଜୀବୀମାନଙ୍କୁ ଗଭୀର ସମୁଦ୍ର ମଧ୍ୟକୁ ନଯିବା ପାଇଁ ସତର୍କ ସୂଚନା ଜାରି କରାଯାଇଛି ।

Leave A Reply

Your email address will not be published.