Latest Odisha News

BREAKING NEWS

ବିଜେପି ଯୁବ ମୋର୍ଚ୍ଚା କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଓଡ଼ିଶାରୁ ଦୀପଜ୍ୟୋତି ମୁଣ୍ଡ ମନୋନୀତ

ଭୁବନେଶ୍ବର : ବିଜେପି ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡାଙ୍କ ଅନୁମୋଦନ କ୍ରମେ ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ତେଜସ୍ବୀ ସୂର୍ଯ୍ୟା ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀଙ୍କ ନାମ ଘୋଷଣା କରିଛନ୍ତି । ଏହି ତାଲିକାରେ ଓଡ଼ିଶାରୁ ସ୍ଥାନ ପାଇଛନ୍ତି ଦୀପଜ୍ୟୋତି ମୁଣ୍ଡ ।

ଯୁବ ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ତାଲିକାରେ ଦୀପଜ୍ୟୋତି ମୁଣ୍ଡଙ୍କୁ ସ୍ଥାନ ଦିଆଯାଇଥିବାରୁ ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା, ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ ଅଧ୍ୟକ୍ଷ ତେଜସ୍ବୀ ସୂର୍ଯ୍ୟା ଓ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କୁ ଧନ୍ୟବାଦ ଜଣାଇଛନ୍ତି ଯୁବ ମୋର୍ଚ୍ଚାର ରାଜ୍ୟ ସଭାପତି ଇରାଶିଷ ଆଚାର୍ଯ୍ୟ ।

ରାଷ୍ଟ୍ରୀୟ ନେତୃବୃନ୍ଦ ସର୍ବଦା ଓଡ଼ିଶାକୁ ପ୍ରାଧାନ୍ୟ ଦେଇ ଆସୁଛନ୍ତି । ଓଡ଼ିଶାର ଏକ ପ୍ରତିଭାବାନ୍ ଯୁବ ନେତାଙ୍କୁ ଯୁବ ମୋର୍ଚ୍ଚା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ଘୋଷଣା କରିବା ରାଜ୍ୟ ପାଇଁ ଗର୍ବର ବିଷୟ ବୋଲି କହିଛନ୍ତି ଇରାଶିଷ ଆଚାର୍ଯ୍ୟ ।

Leave A Reply

Your email address will not be published.