Latest Odisha News

BREAKING NEWS

ରାଜ୍ୟରେ ନିଅଣ୍ଟିଆ ବର୍ଷା, ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩% ନିଅଣ୍ଟିଆ ବର୍ଷା

ଭୁବନେଶ୍ୱର: ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା ଲଘୁଚାପ। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ସ୍ପଷ୍ଟଚିହ୍ନିତ ଲଘୁଚାପରେ ପରିଣତ ହୋଇ ଉତ୍ତର ଓଡିଶା-ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି। ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେପ୍ଟେମ୍ବରରେ ଭଲ ବର୍ଷିବା ସତ୍ତ୍ୱେ ରାଜ୍ୟରେ ନିଅଣ୍ଟିଆ ବର୍ଷା ହୋଇଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ୩ଟି ଜିଲ୍ଲା ସହ ସାରା ରାଜ୍ୟରେ ୩% ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଜୁନ୍‌ ୧ ରୁ ସେପ୍ଟେମ୍ବର ୨୯ ମଧ୍ୟରେ ୧୧୪୪.୩ ମିମି ବର୍ଷା ହେବା କଥା। ଏହି ସମୟ ମଧ୍ୟରେ ୧୧୦୫.୪ ମିମି ବର୍ଷା ହୋଇଛି। ନବରଙ୍ଗପୁର, ପୁରୀ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି। କେବଳ ୨ଟି ଜିଲ୍ଲା ଝାରସୁଗୁଡ଼ା ଏବଂ ବୌଦ୍ଧରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଛି। ବାକି ୨୫ ଜିଲ୍ଲାରେ ସ୍ୱାଭାବିକ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ଅନ୍ୟପଟେ ୧ ତାରିଖରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଲଘୁଚାପ ପ୍ରଭାବରେ ସପ୍ତାହେ ଧରି ବର୍ଷା ଜାରି ରହିବ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଆଦି ଜିଲ୍ଲାର ବିଭିନ୍ନ ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ହୋଇପାରେ । ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଓ ବିସ୍ତୃତି ବଢିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Comments are closed.