Latest Odisha News

ବିମାନବନ୍ଦର ଛାତ ଭୁଶୁଡିବା ଘଟଣା, ୨୦ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମନ୍ତ୍ରୀ

ଦିଲ୍ଲୀ: ବର୍ଷାରେ ଭୁଶୁଡିଲା ଦିଲ୍ଲୀ ବିମାନବନ୍ଦର । ଚାଲିଗଲା ୩ ଜୀବନ । ଦିଲ୍ଲୀ ବିମାନବନ୍ଦରର ଟର୍ମିନାଲ-୧ରେ ଛାତ ଭୁଶୁଡ଼ିବା କାରଣରୁ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଘଟଣାରେ ୩ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ହୋଇଛନ୍ତି । ଏହାରି ଭିତରେ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ । ଏଥିସହିତ ମୃତକଙ୍କ ପରିବାରକୁ ୨୦ଲକ୍ଷ ଟଙ୍କା ଓ ଆହତଙ୍କୁ ୩ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି ।

ସୂଚନାଯୋଗ୍ୟ, ଗୁରୁବାର ରାତି ତମାମ ଦିଲ୍ଲୀ ଏନସିଆରରେ ଭୀଷଣ ବର୍ଷା ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଅନେକ ସ୍ଥାନରେ ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ପ୍ରବଳ ବର୍ଷା ଯୋଗୁଁ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ-୧ ଛାତ ଭୁଶୁଡି ପଡିଥିଲା । ଶୁକ୍ରବାର ଭୋର ୫ଟା ୩୦ ମିନିଟରେ ଏହି ଅଭାବନୀୟ ଘଟଣା ଘଟିଥିବା ବେଳେ ଟର୍ମିନାଲ ଛାତ ତଳେ କେତେକ କାର ଚାପି ହୋଇ ରହିଛି । ଖବର ପାଇ ଦମକଳ ବାହିନୀ ପହଞ୍ଚି ଆହତଙ୍କୁ ଉଦ୍ଧାର କରିଛନ୍ତି । ଏଥିସହିତ ଘଟଣାସ୍ଥଳରେ ସିଆଇଏସଏଫ, ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଛନ୍ତି । ଛାତ ଭୁଶୁଡିବାରୁ ଚାପି ହୋଇ ରହିଥିବା ଏକାଧିକ କାର ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି । ଏହାସହିତ ବର୍ତ୍ତମାନ ଘଟଣାରେ ୪ଜଣ ଆହତଙ୍କ ଚିକିତ୍ସା ଜାରି ରହିଛି ।

Leave A Reply

Your email address will not be published.