ନୂଆଦିଲ୍ଲୀ: ଆଜି ପ୍ରଚାରର ଶେଷ ଦିନ । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର। ଆଜି ସନ୍ଧ୍ୟା ୫ଟାରେ ସରିଯିବ ନିର୍ବାଚନ ପ୍ରଚାର । ଶେଷ ଦିନ ହୋଇଥିବାରୁ ସବୁ ରାଜନୈତିକ ଦଳ ନିଜର ହଭିୱେଟ ନେତାଙ୍କୁ ମୈଦାନକୁ ଓହ୍ଲାଇ ଜୋରସୋରରେ ପ୍ରଚାର କରିବେ । ଆସନ୍ତା ୫ ତାରିଖରେ ହେବ ଭୋଟଗ୍ରହଣ। ଫେବୃଆରୀ ୮ରେ ହେବ ଭୋଟ ଗଣତି।
ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଜୋରସୋରରେ ପ୍ରଚାର ଚଳାଇଛନ୍ତି ୩ ପ୍ରମୁଖ ଦଳର ପ୍ରାର୍ଥୀ। ଆଜି ସକାଳୁ ସନ୍ଧ୍ୟା ଯାଏଁ ଜନସଭା, ରେଲି, ରୋଡ ସୋ, ପଦଯାତ୍ରା, ଜନସଂପର୍କ ଯାତ୍ରାରେ ପ୍ରଚାର ରାଜନୀତି ସରଗରମ ରହିବ । ଆମ ଆଦମୀ ପାର୍ଟି ନେତା ଅରବିନ୍ଦ କେଜରିୱାଲଙ୍କ ପକ୍ଷରୁ ଜୋରସୋରରେ ପ୍ରଚାର କରାଯାଉଛି। ବିଭିନ୍ନ ପ୍ରସଙ୍ଗ ନେଇ କେନ୍ଦ୍ରକୁ ଟାର୍ଗେଟ କରିଛନ୍ତି ଆମ ଆଦମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ। ସେହିପରି ବିଜେପି ଓ କଂଗ୍ରେସ ପକ୍ଷରୁ ମଧ୍ୟ ଜୋରଦାର ପ୍ରଚାର ଚାଲିଛି। ବିଜେପି ପକ୍ଷରୁ ପ୍ରଚାରରେ ସାମିଲ ହୋଇଛନ୍ତି ଏକାଧିକ କେନ୍ଦ୍ରମନ୍ତ୍ରୀ। ଏପଟେ କଂଗ୍ରେସ ପକ୍ଷରୁ ସନ୍ଦୀପ ଦିକ୍ଷୀତ ଜୋରସୋର ପ୍ରଚାର କରୁଛନ୍ତି ।
ଦିଲ୍ଲୀରେ ମୋଟ ୧୩ ହଜାର ୭୬୬ ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି । ସେଥିମଧ୍ୟରୁ ୭୦ଟି ପୋଲିଂ ସେଣ୍ଟର କେବଳ ମହିଳାଙ୍କ ପାଇଁ, ୭୦ଟି ମତଦାନ କେନ୍ଦ୍ର ଦିବ୍ୟାଙ୍ଗଙ୍କ ପାଇଁ ରହିବ । ଏଥିସହ ମତଦାନରେ ଯୁବ ଭୋଟରଙ୍କ ସହଭାଗିତା ବଢାଇବା ପାଇଁ ୭୦ଟି ସ୍ୱତନ୍ତ୍ର ମତଦାନ କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।
Comments are closed.