Latest Odisha News

BREAKING NEWS

ଜୁଲାଇ ୧୨କୁ ବଢିଲା କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ନ୍ୟାୟିକ ହେପାଜତ ଅବଧି ଜୁଲାଇ ୧୨କୁ ବୃଦ୍ଧି କଲେ ଦିଲ୍ଲୀ ରାଉଜ ଆଭେନ୍ୟୁ କୋର୍ଟ। କେଜ୍ରିୱାଲ ଭିଡିଓ କନଫରେନ୍ସ ଜରିଆରେ ସ୍ୱତନ୍ତ୍ର ବିଚାରପତି କାଭେରୀ ବାୱେଜାଙ୍କ କୋର୍ଟରେ ହାଜର ହୋଇଥିଲେ। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଅର୍ଥ ହେରଫେର ଅଭିଯୋଗର ତଦନ୍ତ ପାଇଁ ହେପାଜତକୁ ନେଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଇଡି।

ଏହା ପୂର୍ବରୁ ସିବିଆଇ କେଜ୍ରିୱାଲଙ୍କୁ ୧୪ ଦିନ ପାଇଁ ହେପାଜତକୁ ନେଇଥିଲା। କୋର୍ଟ ଇଡି ଆବେଦନର ଶୁଣାଣି ସହ କେଜ୍ରିୱାଲଙ୍କ ଚିକିତ୍ସା ସମୟରେ ତାଙ୍କ ସ୍ତ୍ରୀଙ୍କ ଉପସ୍ଥିତି ଆବେଦନ ଉପରେ ରାୟ ସଂରକ୍ଷିତ ରଖିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ ଜୁନ୍‌ ୨୬ ତାରିଖରେ କେଜ୍ରିୱାଲଙ୍କୁ ସିବିଆଇ ଗିରଫ କରିଥିଲା। ଏହା ପୂର୍ବରୁ ଇଡି (ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) କେଜ୍ରିୱାଲଙ୍କୁ ମାର୍ଚ୍ଚ ୨୧ ତାରିଖରେ ଗିରଫ କରିଥିଲା। ସେବେଠାରୁ ସେ ଜେଲରେ ଥିଲେ। ମେ୧୦ରେ ସୁପ୍ରିମକୋର୍ଟ ଲୋକସଭା ନିର୍ବାଚନ ପ୍ରଚାର ପାଇଁ କେଜ୍ରିୱାଲଙ୍କୁ ୨୧ ଦିନିଆ ଅନ୍ତରୀଣ ଜାମିନ ପ୍ରଦାନ କରିଥିଲେ। ଏହା ପରେ ତାଙ୍କୁ ଜୁନ୍ ୨ରେ ଆତ୍ମସମର୍ପଣ କରିବାକୁ କୁହାଯାଇଥିଲା।

Leave A Reply

Your email address will not be published.