Latest Odisha News

BREAKING NEWS

ଦିଲ୍ଲୀରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍କୁଲ, କଲେଜ ବନ୍ଦ

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ । ପରବର୍ତ୍ତୀ ଆଦେଶ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖାଯିବ ବୋଲି ଟ୍ବିଟରେ ଉଲ୍ଲେଖ କରିଛନ୍ତି ଅରବିନ୍ଦ କଜରିଓ୍ବାଲ ।

ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହା ପୂର୍ବରୁ ଅଧିକାଂଶ କ୍ଲାସକୁ ପୂର୍ବରୁ ବନ୍ଦ କରାଯାଇଥିଲା । କିନ୍ତୁ ଆଗକୁ ବୋର୍ଡ ପରୀକ୍ଷା ଥିବାରୁ ନବମରୁ ଦ୍ବାଦଶ ଶ୍ରେଣୀର ପିଲାମାନେ ସ୍କୁଲ ଆସୁଥିଲେ । ଏବେ ପରିସ୍ଥିତି ଜଟିଳ ହେଉଥିବାରୁ ଦିଲ୍ଲୀରେ ସବୁ ସ୍କୁଲ ଓ କଲେଜକୁ ବନ୍ଦ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.