ନୂଆଦିଲ୍ଲୀ: ନିର୍ଭୟାକୁ ନ୍ୟାୟ ମିଳିବାରେ ଗଡୁଛି ତାରିଖ ପରେ ତାରିଖ । ଦୋଷୀଙ୍କ ଘୁଂଚି ଘୁଂଚି ଯାଉଛି ଫାଶୀ । ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାରେ ୪ ଦୋଷୀଙ୍କ ଫାଶୀ ଦଣ୍ଡାଦେଶ ଉପରେ ସ୍ଥଗିତାଦେଶକୁ ଚ୍ୟାଲେଂଜ କରି କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଦିଲ୍ଲୀ ହାଇକୋର୍ଟରେ ରୁଜୁ ହୋଇଥିବା ମାମଲାର ରାୟକୁ ସଂରକ୍ଷିତ ରଖିଛନ୍ତି କୋର୍ଟ ।
ଆଜି ଏହି ମାମଲାରେ ଦିଲ୍ଲୀ ହାଇକୋର୍ଟରେ ଶୁଣାଣି ହୋଇଥିଲା । ଏହି ଆବେଦନରେ କେନ୍ଦ୍ର ସରକାର ଦର୍ଶାଇଥିଲେ ଯେ, ଦୋଷୀମାନେ ଫାଶୀ ସମୟକୁ ଗଡାଇବା ପାଇଁ ଆଇନର ଗଳା ବାଟ ଦେଇ ପ୍ରାୟସ ଚଳାଇଛନ୍ତି । ସରକାରଙ୍କ ପକ୍ଷରୁ ସଲିସିଟର ଜେନେରାଲ ତୁଷାର ମେହେତା କହିଛନ୍ତି, ଦୋଷୀମାନେ ଆଇନ୍ ଅନୁସାରେ ମିଳିଥିବା ସଜାର କାର୍ଯ୍ୟକାରିତାକୁ ବିଳମ୍ବିତ କରିବା ପାଇଁ ଷଡଯନ୍ତ୍ର କରିଥିବା ସେ ଅଭିଯୋଗ କରିଛନ୍ତି ।
ସେପଟେ ଆଡଭୋକେଟ ଏପି ସିଂ ଦୋଷୀ ଅକ୍ଷୟ ସିଂହ, ବିନୟ ଶର୍ମା ଓ ପବନ ପକ୍ଷରୁ ଦଲିଲ ରଖିଥିଲେ । ଅନ୍ୟପଟେ ମୁକେଶ ପକ୍ଷରୁ ଓକିଲ ରେବେକା ଜନ୍ କହିଛନ୍ତି, ସମ୍ପ୍ରତି ମାମଲାରେ ନିମ୍ନ ଅଦାଲତରୁ ଜାରି ନିର୍ଦ୍ଦେଶକୁ ହାଇକୋର୍ଟରେ ଚ୍ୟାଲେଂଚ କରାଯାଇପାରିବ ନାହିଁ । ଏଥିପାଇଁ ଦୋଷୀଙ୍କୁ ସୁପ୍ରିମକୋର୍ଟ ଯିବାକୁ ପଡିବ, ଏହି ନିୟମ କେନ୍ଦ୍ର ଉପରେ ମଧ୍ୟ ଲାଗୁ ହେବା ଉଚିତ । ତେବେ ଉଭୟ ପକ୍ଷରୁ ଦଲିଲକୁ ଶୁଣିବା ପରେ ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ରାୟକୁ ଆଜି ସଂରକ୍ଷିତ ରଖିଛନ୍ତି ।
BREAKING NEWS
- ମୁଣ୍ଡ ଉପରେ ପୂଜା, ଖାଲ ଭର୍ତ୍ତି ରାସ୍ତାରେ ତୋରଣ
- ଭୁବନେଶ୍ୱର କୁମାରଙ୍କ କମ୍ବ୍ୟାକ୍: ୪ ବର୍ଷ ପରେ ଟିମ୍ ଇଣ୍ଡିଆକୁ ଫେରିଲେ, ନ୍ୟୁଜିଲ୍ୟାଣ୍ଡ ଗସ୍ତ ପାଇଁ ଭାରତୀୟ ଟି୨୦, ଏ’ ଦଳ ଘୋଷଣା
- ମୁଁ ଆପଣଙ୍କୁ ଛୁଇଁପାରିବି କି?’: ଅଭିଷେକ ଶର୍ମାଙ୍କୁ ଦେଖି ହୋସ୍ ହରାଇଲେ ସୁନ୍ଦରୀ ଫ୍ୟାନ୍
- ଅଗରକରଙ୍କ କାର୍ୟ୍ୟକାଳ ଶେଷ: ମୁଖ୍ୟ ଚୟନକର୍ତ୍ତା ପଦ ପାଇଁ ଆନୁଷ୍ଠାନିକ ଭାବେ ଆବେଦନ ଆହ୍ୱାନ
- ଟିମ୍ ଇଣ୍ଡିଆକୁ ବଡ଼ ଝଟ୍କା, ଆହତ ହୋଇ ଦଳରୁ ବାହାରିଲେ ପ୍ରସିଦ୍ଧ କୃଷ୍ଣା
- ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
- HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଉଦ୍ଘାଟନ କଲେ ରାଜନାଥ ସିଂହ
- ପାକିସ୍ତାନ ଗୁପ୍ତଚର ମାମଲାରେ ଆନ୍ଧ୍ର ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ୧୩ ନୌସେନା କର୍ମଚାରୀଙ୍କ ସମେତ ୧୮ ଜଣ ସନ୍ଦିଗ୍ଧ ଓ ୨ ଗିରଫ
- କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଧର୍ମେନ୍ଦ୍ରଙ୍କ ଚିଠି, ସମ୍ବଲପୁରରେ ୪ ଅଣ୍ଡରପାସ୍ ସହ ଫ୍ଲାଇଓଭର ଦାବି
- ଦୁର୍ଗା ପୂଜା ପୂର୍ବରୁ କୁଖ୍ୟାତ ଅପରାଧୀ ଘର ଉପରେ ବୁଲିଲା ବୁଲ୍ଡୋଜର

Comments are closed.