ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଯୋଗୁଁ ଶିକ୍ଷା ନିର୍ଦ୍ଦେଶାଳୟ ନର୍ସରୀରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ, ଅନୁଦାନପ୍ରାପ୍ତ ଏବଂ ବେସରକାରୀ ସ୍କୁଲଗୁଡ଼ିକ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।
ଏଥିସହିତ ପରବର୍ତ୍ତୀ ସୂଚନା ପର୍ଯ୍ୟନ୍ତ କ୍ଲାସ ଗୁଡ଼ିକ ସମ୍ପୂର୍ଣ୍ଣ ଭାବରେ ଅନଲାଇନ୍ ମାଧ୍ୟମରେ କରାଯିବା ନେଇ ମଧ୍ୟ କୁହାଯାଇଛି। ତେବେ ପିଲାମାନଙ୍କ ସ୍ୱାସ୍ଥ୍ୟ ଏବଂ କଲ୍ୟାଣ ଆମର ସର୍ବୋଚ୍ଚ ପ୍ରାଥମିକତା ବୋଲି ଶିକ୍ଷା ମନ୍ତ୍ରୀ ଆଶିଷ ସୁଦ କହିଛନ୍ତି। ଏଥିସହିତ ସରକାର ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏପରି ଘୋଷଣା କରିଥିବା ସେ କହିଛନ୍ତି।
ବାୟୁ ପ୍ରଦୂଷଣର କୁପ୍ରଭାବରୁ ଛୋଟ ପିଲାମାନଙ୍କୁ ସୁରକ୍ଷା ଦେବା ପାଇଁ ଏହା ଏକ ଆବଶ୍ୟକୀୟ ପ୍ରତିରୋଧକ ପଦକ୍ଷେପ ବୋଲି ସେ କହିଛନ୍ତି। ଏଥିସହିତ ପରିସ୍ଥିତି ଉପରେ ନିରନ୍ତର ନଜର ରଖାଯାଇଛି ଓ ଛାତ୍ରଛାତ୍ରୀମାନଙ୍କ ସ୍ୱାର୍ଥକୁ ନଜରରେ ରଖି ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ସେ କହିଛନ୍ତି।
Comments are closed.