ନୂଆଦିଲ୍ଲୀ: ଦିଲ୍ଲୀରେ ଜଳୁଛି ନାଗରିକତା ଆଇନ ନିଆଁ । ଉତ୍ତର ପୂର୍ବ ଦିଲ୍ଲରେ ସ୍ଥିତି ସାଂଘାତିକ ହେବାରେ ଲାଗିଛି । ସେଠାରେ ଏକ ମାସ ପାଇଁ ଦିଲ୍ଲୀ ସରକାର ୧୪୪ ଧାରା ଲାଗୁ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ଏହାରି ଭିତରେ ଏଠାରେ ଆରମ୍ଭ ହୋଇଥିବା ହିଂସାରେ ଏବେ ୯ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି । ୧୩୫ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଖବର ସଂଗ୍ରହ ବେଳେ ଜଣେ ସାମ୍ବାଦିକଙ୍କୁ ମଧ୍ୟ ଗୁଳିମାଡ ହୋଇଥିବା ଜଣାପଡିଛି । ମୌଜପୁର ଏବଂ ବ୍ରହ୍ମପୁରୀ ଅଂଚଳରେ ବିକ୍ଷୋଭକାରୀମାନେ ପଥରମାଡ କରିଛନ୍ତି । ଗତକାଲି ୫ ଜଣଙ୍କ ଜୀବନ ଯାଇଥିବା ବେଳେ ଆଜି ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି ।
ଉତ୍ତର ପୂର୍ବ ଦିଲ୍ଲୀରେ ସ୍ଥିତି ସଂକଟାପନ୍ନ ରହିଛି । ସ୍ଥାନୀୟ ଅଚଂଳରେ ବ୍ୟାପକ ପୋଲିସ ମୁତୟନ କରାଯିବା ସହ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ମଙ୍ଗଳବାର ସକାଳୁ ମୌଜପୁର, ଗୋକୁଳପୁରୀ ଅଂଚଳରେ ୫ଟି ବାଇକରେ ନିଆଁ ଲଗାଇ ଦେଇଥିଲେ ଦୁର୍ବୃତ୍ତ । ଏପରିକି ନିଆଁ ଲିଭାଉଥିବା ଅଗ୍ନିଶମ କର୍ମଚାରୀଙ୍କ ଉପରକୁ ମଧ୍ୟ ଆକ୍ରମଣ ହୋଇଥିଲା ।
ଅନ୍ୟପଟେ ଦିଲ୍ଳୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଓ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ରାଜଘାଟ ଗାନ୍ଧୀ ସମାଧି ସ୍ଥଳ ସମ୍ମୁଖରେ ବସି ଦିଲ୍ଲୀରେ ଶାନ୍ତି ବଜାୟ ରଖିବା ପାଇଁ ଜନତାଙ୍କୁ ନିବେଦନ କରିଛନ୍ତି । ଏହି ଅବସରରେ କେଜ୍ରିୱାଲଙ୍କ ସହ ଆମ୍ ଆଦମୀ ପାର୍ଟିର ବହୁ ନେତା ମଧ୍ୟ ସାମିଲ ହୋଇଥିଲେ ।
BREAKING NEWS
- ରୁଷିଆରେ ସେନା ବିମାନ ଦୁର୍ଘଟଣା: ୨୯ ମୃତ
- ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ, ସର୍ଚ୍ଚ ଅପରେସନ ଜାରି
- ଆଜିଠୁ ATMରୁ ଟଙ୍କା ଉଠାଣ ସୀମା ବଦଳିଲା, ନୂଆ ଆୟକର ଆଇନ ଲାଗୁ
- ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ୍ ପାରିତ
- ଆଜି ଉତ୍କଳ ଦିବସ, ସ୍ୱତନ୍ତ୍ର ଓଡ଼ିଶା ଗଠନକୁ ପୂରିଲା ୯୦ ବର୍ଷ
- ଦୀର୍ଘ ସମୟ ଧରି ଚାଲିଲା ବିଧାନସଭା ଅଧିବେଶନ, ରାତି ଅଧରେ ହେଲା ବିଲ୍ ପାସ୍
- ବଙ୍ଗଳା ନିର୍ବାଚନରେ ବିଜେପି ପାଇଁ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- କମର୍ସିଆଲ LPG ଦର ବଢ଼ାଇଲେ କେନ୍ଦ୍ର ସରକାର
- ୩୩ ଜଣ ମାଓବାଦୀ ଆତ୍ମସମର୍ପଣ, ମାଓ ଡମ୍ପରୁ ୭କିଲୋ ସୁନା ସହ ୧୪ କୋଟିରୁ ଊର୍ଦ୍ଧ୍ବ…
- କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ
Comments are closed.