Latest Odisha News

ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ସତର୍କତା

ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ଆରମ୍ଭ ହୋଇଗଲାଣି। ଡେଙ୍ଗୁ ସଂକ୍ରମଣକୁ ନଜରରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଜାରି କରିଛନ୍ତି।

ଗତ ୫ବର୍ଷ ଭିତରେ ଯେଉଁ ଯେଉଁ ଅଞ୍ଚଳ ଡେଙ୍ଗୁ ହଟସ୍ପଟ୍ ରହିଥିଲା ତାହାକୁ ଚିହ୍ନଟ କରି ମ୍ୟାପିଂ କରିବା ଓ ସର୍ବେକ୍ଷଣ କରିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସ୍ଵାସ୍ଥ୍ୟ ସଚିବ ଶାଳିନୀ ପଣ୍ଡିତ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କମିଶନରଙ୍କୁ ଚିଠି ଲେଖିଛନ୍ତି।

ମୌସୁମୀ ଓ ଏହାର ପରବର୍ତ୍ତୀ ସମୟରେ ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣ ବଢୁଥିବାରୁ ଆଗୁଆ ସତର୍କତା ପଦକ୍ଷେପ ନେବାକୁ ଦିଆଯାଇଛି ନିର୍ଦ୍ଦେଶ । ଡେଙ୍ଗୁ ଓ ମ୍ୟାଲେରିଆ ସଂକ୍ରମଣକୁ ନଜରରେ ରଖି ଆଗୁଆ ସତର୍କ ରହିବା ସହ ଔଷଧ ଓ ଆବଶ୍ୟକୀୟ ସାମଗ୍ରୀ ମହଜୁଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ରାଜ୍ୟରେ ପାଖାପାଖି ୩ ଶହରୁ ଅଧିକ ଡେଙ୍ଗୁ ରୋଗୀଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଛି।

Comments are closed.