Latest Odisha News

ରାଜଧାନୀରେ ଡେଙ୍ଗୁ ଆତଙ୍କ

ଭୁବନେଶ୍ୱର: ରାଜ୍ୟରେ କରୋନା ପରେ ଡରାଇଲାଣି ଡେଙ୍ଗୁ। ରାଜଧାନୀ ଭୁବନେଶ୍ୱରରେ ଡେଙ୍ଗୁ ଆତଙ୍କ । ଦିନକୁ ଦିନ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଜାନୁଆରୀରୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ପାଖାପାଖି ହଜାରେ ଡେଙ୍ଗୁ କେସ୍‌ ରହିଛି। ଡେଙ୍ଗୁ ସ୍ଥିତି ନେଇ ଆଜି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏଭଳି ସୂଚନା ଦେଇଛନ୍ତି। ଭୁବନେଶ୍ୱରରେ ମୋଟ ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ୮୩୧ କୁ ବୃଦ୍ଧି ପାଇଛି । ଡେଙ୍ଗୁରୁ ରକ୍ଷା ପାଇବା ପାଇଁ ବିଏମ୍‌ସି ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି । ସହରର ବିଭିନ୍ନ ସ୍ଥାନରେ ସଫେଇ ସହ ସଚେତନତା ରଥ ମାଧ୍ୟମରେ ଲୋକଙ୍କୁ ସଚେତନ କରୁଛି ବିଏମ୍‌ସି

ଗତ ୨୪ ଘଣ୍ଟାରେ ୭ ହଜାର ୨ ଶହ ୬୬ ଟି ଘରେ ମୋଟ ୩୦ ହଜାର ୬୨୮ ଲୋକଙ୍କ ଠାରୁ ତଥ୍ୟ ସଂଗ୍ରହ କରାଯାଇଛି । ୨୩ ହଜାର ୫ ଶହ ୭୭ ଟି ସମ୍ଭାବ୍ୟ ମଶା ବୃଦ୍ଧି ସ୍ଥାନକୁ ହଟେଇବା ସହ । ୨୩ ହଜାର ୨ ଶହ ୯୩ ଟି ସ୍ଥାନରେ ମଶାର ଲାର୍ଭାକୁ ଚିହ୍ନଟ କରି ନଷ୍ଟ କରାଯାଇଥିବା ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.