Latest Odisha News

BREAKING NEWS

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ିର ଆସ୍ତରଣ; ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲା‌ରେ ଆଗାମୀ ୩ ଦିନ ଯାଏଁ ଘନ କୁହୁଡ଼ି ହେବାର ସମ୍ଭାବନା ରହିଥିବା ନେଇ ପଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି। ସେହିପରି ୩୧ ଓ ୧ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଖୋର୍ଧା ଜିଲ୍ଲାରେ ଘନ କୁହୁଡ଼ିର ସମ୍ଭାବନା ରହିଛି।

ଏହିସବୁ ଜିଲ୍ଲା ଗୁଡିକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆସନ୍ତା ୩ ଦିନ ପାଇଁ ୟେଲୋୱାର୍ଣ୍ଣିଂ କରିଛି।

ରାଜ୍ୟର ସର୍ବନିମ୍ନ ରାତ୍ରି ତାପମାତ୍ରା ବାରିପଦାଠାରେ ୧୨.୨ଡିଗ୍ରି ରେକର୍ଡ ହୋଇଥିବା ବେଳେ ୭ଟି ସହରର ତାପମାତ୍ରା ୧୫ ଡିଗ୍ରି ତଳେ ରହିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି।

Leave A Reply

Your email address will not be published.