ଭୁବନେଶ୍ଵର: ସକାଳୁ ସକାଳୁ ଟ୍ଵିନସିଟିରେ ଘନକୁହୁଡି । ଘନକୁହୁଡ଼ି ବଳୟ ଭିତରେ ରହିଛି ପୁରା ରାଜଧାନୀ । କୁହୁଡି ଯୋଗୁ ଦେଖାଯାଉନି ରାସ୍ତାଘାଟ । ଘନକୁହୁଡି ଯୋଗୁଁ ଗାଡ଼ି ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଛି । ୩୦ ମିଟର ତଳକୁ ରହିଛି ଦୃଶ୍ୟମାନ କ୍ଷମତା ।
ଆଜି ପାଇଁ ଘନ କୁହୁଡି ନେଇ ୧୦ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣି ଜାରି କରିଥିବା ବେଳେ ଆସନ୍ତାକାଲି ପାଇଁ ୧୪ ଜିଲ୍ଲାକୁ ଏବଂ ୩୦ ତାରିଖରେ ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଦୃଶ୍ୟମାନ ଦୂରତା ୫୦ ମିଟର ତଳକୁ ଖସିବାର ଥିବା ବେଳେ କିଛି ଅଞ୍ଚଳରେ ଜିରୋ ଭିଜିବିଲିଟି ହେବାର ସମ୍ଭାବନା ରହିଛି । ସେପଟେ ଘନ କୁହୁଡି ସମୟରେ ଘାଟି ରାସ୍ତା ଏବଂ ଦୁର୍ଘଟଣା ପ୍ରବଣ ଅଞ୍ଚଳରେ ଗାଡି ଚଳାଚଳ ବନ୍ଦ ରଖିବା ପାଇଁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।
ସେପଟେ ରାଜ୍ୟରେ କମିଛି ଶୀତର ପ୍ରକୋପ । କିନ୍ତୁ ଘନ କୁହୁଡି ଜନଜୀବନ ଅସ୍ତବ୍ୟସ୍ତ କରୁଛି । ବର୍ତ୍ତମାନ ରାଜ୍ୟକୁ ପ୍ରଚୁର ପରିମାଣର ଜଳୀୟବାଷ୍ପ ପୂର୍ଣ୍ଣ ବାୟୁ ପ୍ରବେଶ କରୁଥିବାରୁ କୁହୁଡି ମାତ୍ରା ବୃଦ୍ଧି ପାଉଛି । ତେବେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । କିନ୍ତୁ ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ । କିଛି ଜିଲ୍ଲାରେ ଦିନର ତାପମାତ୍ରା ସାମାନ୍ୟ ବୃଦ୍ଧି ହେବା ନେଇ ଆକଳନ କରାଯାଇଛି ।
Comments are closed.