Latest Odisha News

BREAKING NEWS

ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କୁହୁଡ଼ିର ପ୍ରଭାବ, ୧୪ ଜିଲ୍ଲାକୁ ସତର୍କତା

ଭୁବନେଶ୍ବର: ରାଜଧାନୀରେ କଲବଲ କରୁଛି ଘନ କୁହୁଡ଼ି। ଅସ୍ତବ୍ୟସ୍ତ ଜନଜୀବନ, ରାସ୍ତାରେ ଯାତାୟାତ ମୁସ୍କିଲ୍। ରାଜ୍ୟରେ ଆହୁରି ୪ ଦିନ ଲାଗି ରହିବ କୁହୁଡ଼ିର ପ୍ରଭାବ। ଆଗାମୀ ୨୪ ଘଣ୍ଟା ପାଇଁ ୧୪ ଜିଲ୍ଲାକୁ ଘନ କୁହୁଡ଼ି ସତର୍କତା। ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଓ ୪ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଖୋର୍ଦ୍ଧା, ପୁରୀ, କଟକ, ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ଶୀତ ସହ କଲବଲ କରୁଛି ଘନ କୁହୁଡ଼ି। ସକାଳ ୯ଟା ପର୍ଯ୍ୟନ୍ତ ରାସ୍ତାଘାଟ ଦୁଶୁନି। ଦୃଶ୍ୟମାନ ଦୂରତା ୫୦ ମିଟରରୁ ବି କମ ରହୁଛି। ଯାନବାହନ ଚଳାଚଳ ପ୍ରଭାବିତ ହୋଇଛି। ଗତ ୨୪ ଘଣ୍ଟାରେ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ରହିଥିଲା ୭.୫ ଡିଗ୍ରୀ ରହିଛି। ଭୁବନେଶ୍ବରର ପାରଦ ସ୍ତର ଗତକାଲି ରାତିରେ ୧୨.୫ ଡିଗ୍ରି ରେକର୍ଡ ହୋଇଥିବା ବେଳେ କଟକରେ ରହିଥିଲା ୧୨ ଡିଗ୍ରୀ। ରାଜ୍ୟରେ ଆସନ୍ତା ୨ ଦିନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ଏହାପରେ ପୁଣି ପାରଦ ସ୍ତର ନିମ୍ନଗାମୀ ହେବ ଓ ପରବର୍ତ୍ତୀ ସମୟରେ ତାପମାତ୍ରା ଆହୁରୀ ୨ରୁ ୪ ଡିଗ୍ରି ପର୍ଯ୍ୟନ୍ତ ଖସିବ। ଫଳରେ ଆଗକୁ ବି ଶୀତ ଜାରି ରହିବ। ଆସନ୍ତା ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନ କୁହୁଡ଼ି ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି। କୁହୁଡି ଯୋଗୁଁ ବିମାନ ଚଳାଚଳ ବି ପ୍ରଭାବିତ ହେଉଛି। ପ୍ରବଳ କୁହୁଡ଼ି ଯୋଗୁଁ ଚିଲିକାରେ ଦିନ ୧୧ଟା ଯାଏ ବନ୍ଦ ରହିବ ଡଙ୍ଗା ଚଳାଚଳ। ବାରମ୍ବାର ଦୁର୍ଘଟଣା ଘଟୁଥିବା ଯୋଗୁଁ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି।

Leave A Reply

Your email address will not be published.