Latest Odisha News

BREAKING NEWS

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡି ଦେଖିବାକୁ ମିଳିଛି। ସକାଳଠୁ ଏଯାବତ କୁହୁଡିର ଚାଦର ଏବେ ଘେରି ରହିଛି। ଉପକୂଳ ଓଡ଼ିଶା ଓ ଏହାର ଆଖପାଖ ଜିଲ୍ଲାଗୁଡ଼ିକରେ ଆଜି ସକାଳେ ଘନ କୁହୁଡ଼ି ଲାଗି ରହିଥିବା ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଘନ କୁହୁଡ଼ି ଯୋଗୁଁ ରାଜଧାନୀ ଭୁବନେଶ୍ୱରରେ ଦୃଶ୍ୟମାନ ୧୦୦ ମିଟରକୁ ଖସି ଆସିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘନ କୁହୁଡ଼ି ଭିତରେ ଭୁବନେଶ୍ବରରୁ କଟକ ଅଭିମୁଖେ କିମ୍ବା କଟକରୁ ଭୁବନେଶ୍ବର ଅଭିମୁଖେ ଆସୁଥିବା ଯାତ୍ରୀମାନେ ମଧ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ଓଡ଼ିଶା ଉପକୂଳବର୍ତ୍ତୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ କୁହୁଡ଼ି ରହୁଛି ବୋଲି ପାଣିପାଗ ବିଭାଗ କହିଛି।

ଗୁରୁବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ କନ୍ଧମାଳ, କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, କେନ୍ଦୁଝର ଓ ଝାରସୁଗୁଡ଼ାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବ ବୋଲି ପୂର୍ବାନୁମାନ କରାଯାଇଥିଲା। ରାଜ୍ୟର ଅବଶିଷ୍ଟ ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ଘନରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିଛି।

ଓଡ଼ିଶାରେ ଆହୁରି ଦୁଇ ଦିନ ସାମାନ୍ୟରୁ ମଧ୍ୟମ ଧରଣର କୁହୁଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଶୁକ୍ରବାର ସାଢ଼େ ୮ଟା ପର୍ଯ୍ୟନ୍ତ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକର କେତେକ ସ୍ଥାନରେ ଏବଂ କେନ୍ଦୁଝର, ସୁନ୍ଦରଗଡ଼, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁରର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ।

Leave A Reply

Your email address will not be published.