Latest Odisha News

BREAKING NEWS

Odisha Weather Update: ଆହୁରି ୨ ଦିନ ଘନକୁହୁଡ଼ି ଜାରି ରହିବ; ଏସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ଶୀତ ସାମନ୍ୟ କମିଥିବା ବେଳେ କଲବଲ କରୁଛି ଘନ କୁହୁଡ଼ି । କୁହୁଡ଼ି ଯୋଗୁଁ ସକାଳ ୯ଟା ପର୍ଯ୍ୟନ୍ତ ରାସ୍ତାଘାଟ ଦିଶୁନି । ଆହୁରି ୨ ଦିନ ଘନକୁହୁଡ଼ି ପ୍ରଭାବ ଜାରି ରହିବ ବୋଲି ସୂଚନା ରହିଛି । ଆଜି ସକାଳୁ ରାଜଧାନୀ ଭୁବନେଶ୍ବର ସମେତ ନୟାଗଡ଼ ଓ ପାରାଦୀପରେ ଅତି ଘନକୁହୁଡ଼ି ହୋଇଛି ।

ଭିଜିବିଲିଟି ୫୦ ମିଟରରୁ ବି କମ ରହିଛି । ଆସନ୍ତା ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କୁହୁଡ଼ି ଲାଗି ରହିବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି ।

ଆସନ୍ତାକାଲି ପୁରୀ, ଖୋର୍ଦ୍ଧା, କଟକ ଓ ନୟାଗଡ଼ରେ ଅତି ଘନକୁହୁଡ଼ିକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, ସୁନ୍ଦରଗଡ଼, ରାୟଗଡ଼ା ଓ କୋରାପୁଟ ଆଦି ଜିଲ୍ଲାରେ ଘନକୁହୁଡ଼ି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଫୁଲବାଣୀ ଠାରେ ସର୍ବନିମ୍ନ ତାପମାତ୍ରା 9 ଡିଗ୍ରୀ ରେକର୍ଡ କରାଯାଇଥିଲା ।

Leave A Reply

Your email address will not be published.