Latest Odisha News

BREAKING NEWS

ଆଉ ୨ ଦିନ ଘନ କୁହୁଡ଼ି, ୟେଲୋ ଆଲର୍ଟ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଉଥିବା ବେଳେ ଭୋର୍ ସମୟରେ ଘନ କୁହୁଡ଼ି ଦେଖା ଯାଉଛି । ଆସନ୍ତା ୨ ଦିନ ବିଭିନ୍ନ ଜିଲ୍ଲାରେ ସକାଳ ସମୟରେ କୁହୁଡ଼ି ଦୃଶ୍ୟମାନ ହେବ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବିଭିନ୍ନ ଜିଲ୍ଲାକୁ ୨ ଦିନ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୧୦ ତାରିଖ ପାଇଁ ଘନ କୁହୁଡ଼ି ନେଇ କଟକ, ଜଗତସିଂହପୁର, ପୁରୀ, ଗଞ୍ଜାମ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା ଜିଲ୍ଲାକୁ ଚେତାବନୀ ଦିଆଯାଇଛି । ସେହିଭଳି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ ହୋଇପାରେ ।

୧୧ ତାରିଖରେ ଘନ କୁହୁଡ଼ି ପାଇଁ ଗଞ୍ଜାମ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଜଗତସିଂହପୁରକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ଗଞ୍ଜାମ, ଗଜପତି, କୋରାପୁଟ, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଯାଇ ପାରେ ।

ଆଗାମୀ ୫ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଗତକାଲି ଭୁବନେଶ୍ୱରରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୫.୪ ଡିଗ୍ରୀ ରେକର୍ଡ ହୋଇଥିବା ବେଳେ ୬ଟି ସ୍ଥାନରେ ପାରଦ ୩୪ ଡିଗ୍ରୀ ଉପରେ ରହିଥିଲା ।

Leave A Reply

Your email address will not be published.