Latest Odisha News

BREAKING NEWS

କୁହୁଡ଼ି ପାଇଁ ୧୦ରୁ ଅଧିକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଶୀତରୁ ସାମାନ୍ୟ ଆଶ୍ୱସ୍ତ ମିଳିଛି । ରାଜ୍ୟରେ ଏକ ସପ୍ତାହ ଧରି ଶୀତର ପ୍ରବାହ ଜାରି ରହିଥିଲା । ଶନିବାର ରାତିରେ ସର୍ବନିମ୍ନ ତାପମାତ୍ରା ୧୦ ଡ଼ିଗ୍ରୀ ସେଲସିୟସ ରେକର୍ଡ଼ କରିଥିବାବେଳେ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ କୁହୁଡ଼ି ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୦ରୁ ଅଧିକ ଜିଲ୍ଲାକୁ କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସୋମବାର ସକାଳ ୮ଟା ୩୦ ପର୍ଯ୍ୟନ୍ତ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି, ମୟୁରଭଞ୍ଜ ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆଭ୍ୟନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର କିଛି ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ଥିବା ପୂର୍ବାନୁମାନ କରାଯାଇଛି ।

ଡ଼ିସେମ୍ବର ୨୭ରୁ ୨୮ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଆଦି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ଆଶଙ୍କା ରହିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏଯାଏଁ ବଲାଙ୍ଗୀରରେ ସର୍ବାଧିକ ତାପମାତ୍ରା ୨୯.୮ଡ଼ିଗ୍ରୀ ସେଲସିୟସ ଥିବାବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୧.୦ ଡ଼ିଗ୍ରୀ ସେଲସିୟସ ତାପମାତ୍ରା ରହିଛି ।

Leave A Reply

Your email address will not be published.