Latest Odisha News

BREAKING NEWS

ବଙ୍ଗୋପସାଗରରେ ଲଘୁଚାପ, ୪ ଦିନ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ସକ୍ରିୟ ରହିବ। ଏହାର ପ୍ରଭାବରେ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି। ଏହକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ନିମ୍ନଲିଖିତ ଜିଲ୍ଲାଗୁଡ଼ିକ ପାଇଁ ଆସନ୍ତା ଜୁଲାଇ ୩ ତାରିଖ ଯାଏଁ ରେଡ, ଅରେଞ୍ଚ ଓ ୟେଲୋ ୱାଣିଂ ଜାରିକରାଯାଇଛି।

ଜୁନ୍ ୩୦ପାଇଁ ସର୍ତକ ସୂଚନା :

ଅରେଞ ୱାଣିଂ (ପ୍ରବଳରୁ ଅତି ପ୍ରବଳ ବର୍ଷା)

ଭଦ୍ରକ, ଯାଜପୁର, ଜଗତସିଂହପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, କଟକ ଓ ମୟୁରଭଞ୍ଜ ଆଦି ଜିଲ୍ଲା ମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ।

ୟେଲୋ ୱାଣିଂ (ପ୍ରବଳ ବର୍ଷା)

ବାଲେଶ୍ୱର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଅନୁଗୁଳ, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ଜିଲ୍ଲା ମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

ଜୁଲାଇ ୧ପାଇଁ ସର୍ତକ ସୂଚନା :

ରେଡ ୱାଣିଂ (ଅତି ପ୍ରବଳ ବର୍ଷା)

ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୁଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ ଆଦି ଜିଲ୍ଲା ମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଅରେଞ ୱାଣିଂ (ପ୍ରବଳ ରୁ ଅତି ପ୍ରବଳ)

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ନୂଆପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୁରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଆଦି ଜିଲ୍ଲା ମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବ।

ଜୁଲାଇ ୨ ଓ ୩ପାଇଁ ସର୍ତକ ସୂଚନା :

ୟେଲୋ ୱାଣିଂ (ପ୍ରବଳ ବର୍ଷା)

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ନୂଆପଡ଼ା, ବଲାଙ୍ଗୀର ଓ ସମ୍ବଲପୁର ଆଦି ଜିଲ୍ଲା ମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ।

ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ବହିବା ସହ ସମୁଦ୍ର ଅଶାନ୍ତ ରହିବ। ଏଥିଲାଗି ଜୁନ ୩୦ ରୁ ଜୁଲାଇ ୨ ମଧ୍ୟରେ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.