Latest Odisha News

ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ: ୧୮ ଘଣ୍ଟା ମଧ୍ୟରେ ନେଇପାରେ ବାତ୍ୟାର ରୂପ !

ଭୁବନେଶ୍ବର: ବଙ୍ଗୋପସାଗରରେ ଘନୀଭୂତ ହେଉଛି ଗଭୀର ଅବପାତ । ସକ୍ରିୟ ଗଭୀର ଅବପାତ ଗତ ୬ ଘଣ୍ଟା ମଧ୍ୟରେ ସ୍ଥିର ଥିବା ଜଣାପଡିଛି । ବର୍ତ୍ତମାନ ପାରାଦୀପଠାରୁ ଏହା ୪୩୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି । ଆଗାମୀ ୧୮ ଘଣ୍ଟା ମଧ୍ୟରେ ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବାତ୍ୟା ବାଂଲାଦେଶ ଉପକୂଳ ମୁହାଁ ହେବାର ଆଶଙ୍କା କରାଯାଉଛି  ।

୨୫ ତାରିଖରେ ଖେପୁପରା  ଓ ଚିଟାଗଙ୍ଗ ମଧ୍ୟରେ ଏହା ଉପକୂଳ ଛୁଇଁବ  । ସେପଟେ ଓଡିଶା ଉପରେ ଏହାର ପ୍ରଭାବ କମ୍ ରହିବ  ।  ଏହାର  ପ୍ରଭାବରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି  । ୨୩ ତାରିଖରୁ  ୨୬  ତାରିଖ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବ  । ତେଣୁ ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଆଜି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏବଂ ୨୪ ଓ ୨୫ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି।

Comments are closed.